ଧରାକୋଟରେ ଆନ୍ଧ୍ର ପୋଲିସର ଚଢ଼ାଉ: ଗଞ୍ଜେଇ ଚାଲାଣକାରୀଙ୍କୁ କୋର୍ଟରେ ହାଜର ନିର୍ଦ୍ଦେଶ

ଧରାକୋଟ,୨୬ା୧୧(ଡି.ଏନ.ଏ.)-ଧରାକୋଟ ଥାନା ବାଦଗଡ଼ ଗ୍ରାମର ୨ ଜଣ ଯୁବକଙ୍କୁ ବେଆଇନ୍‌ ଗଞ୍ଜେଇ ଚାଲାଣ ଅଭିଯୋଗରେ ଆନ୍ଧ୍ର ଜିଆରପି (ବିଜୟଓ୍ବାଡ଼ା) ପୋଲିସ ନଂ. ୮୬/୧୩ ଅନୁଯାୟୀ କୋର୍ଟଚାଲାଣ କରିଥିଲା। ସେମାନେ ହେଲେ ବାଦଗଡ଼ ଗ୍ରାମର କାମରାଜ ପ୍ରଧାନଙ୍କ ପୁଅ ସୁଦାମ (୨୭) ଓ ମିଟୁ ସାହୁଙ୍କ ପୁଅ ମିଥୁନ (୨୫)। ବିଜୟୱାଡ଼ା ମେଟ୍ରୋ ପଲିଟାନ ସେଶନ କୋର୍ଟ ଏମାନଙ୍କୁ ଜାମିନ ପ୍ରଦାନ କରିଥିଲା। କିନ୍ତୁ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତମାନେ କୋର୍ଟରେ ହାଜର ହୋଇ ନ ଥିବାରୁ ଏମାନଙ୍କ ବିରୋଧରେ କୋର୍ଟ ଓ୍ବାରେଣ୍ଟ ଜାରି କରିଛି। ଏ ନେଇ ସୋମବାର ଧରାକୋଟ ପୋଲିସ ସହାୟତାରେ ଆନ୍ଧ୍ର ପୋଲିସର ଏକ ଟିମ ବାଦଗଡ଼ ଗ୍ରାମରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କ ଘର ଆଗରେ ଲଟକା ଜାରି କରିବା ସହ ଧେଣ୍ଡୁରା ଦେଇଛି। ଡିସେମ୍ବର ୨୭ ତାରିଖ ସୁଦ୍ଧା ଅଭିଯୁକ୍ତଦ୍ୱୟ କୋର୍ଟରେ ହାଜର ନ ହେଲେ ଏମାନଙ୍କ ସମ୍ପତ୍ତି ବାଜ୍ୟାପ୍ତ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ଅଭିଯୁକ୍ତମାନଙ୍କ ଗୃହ ସମ୍ମୁଖରେ ଲଟକା ଜାରି କରାଯାଇଛି। ଅଭିଯୁକ୍ତ ଦ୍ୱୟଙ୍କୁ ଧରାକୋଟ ପୋଲିସ ସହାୟତାରେ ଆନ୍ଧ୍ର ପୋଲିସ ଖୋଜିବା ପାଇଁ ଚଢ଼ାଉ ଜାରି ରଖିଛି। ଏଏସ୍‌ଆଇ କୁମୁଦ ସେଠୀଙ୍କ ସହ କନଷ୍ଟେବଳ ଶ୍ରୀନିବାସ ଗୌଡ଼ ଓ ଆନ୍ଧ୍ର ଜିଆର୍‌ପି (ବିଜୟୱାଡ଼ା) ପୋଲିସ ପକ୍ଷରୁ ସିଏଚ୍‌ ରାଜା ଅରବିନ୍ଦ ନାଥ ଏବଂ ଏସ. ଶ୍ୟାମ ସଦଳବଳ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?