ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର ଗଙ୍ଗା ଗୌଡ଼ ଓ ଅଶୋକ ଗୌଡ଼ଙ୍କ ୩୫ ଛେଳିଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ଦୁଇ ଭାଇ ଗଙ୍ଗା ଓ ଅଶୋକ ଗ୍ରାମ ଉପକଣ୍ଠ ପାହାଡ଼ ପାର୍ଶ୍ୱସ୍ଥିତ ଗୁଡ଼ିଖାତ ନିକଟରେ ଗୁହାଳ କରି ଛେଳି ରଖି ଆସୁଥିଲେ। ସବୁଦିନ ଭଳି ଶୁକ୍ରବାର ଛେଳି ଚରାଇ ସେମାନେ ଗୁହାଳରେ ଛେଳି ରଖି ଘରକୁ ଫେରିଥିଲେ। ହେଲେ ସନ୍ଧ୍ୟାରେ ଛେଳିମାନଙ୍କ ଚିତ୍କାର ଶୁଣି ଉଭୟ ଭାଇ ଗୁହାଳକୁ ଯାଇଥିଲେ। ସେଠାରେ ସେମାନେ ଛେଳିମାନେ ଖଣ୍ଡିଆ ଖାବରା ହୋଇ ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। ଛେଳିମାନଙ୍କ ବେକ, ପେଟ, ପିଠିରେ ଗଭୀର କ୍ଷତ ହେବା ସହ କେତେକଙ୍କ ଅନ୍ତବୁଜୁଳି ବାହାରି ପଡ଼ିଥିଲା। ଏ ନେଇ ଧରାକୋଟ ସହକାରୀ ପ୍ରାଣୀ ଚିକିତ୍ସକଙ୍କୁ ଖବର ଦିଆଯାଇଥିଲା। ସେ ପହଞ୍ଚି ମୃତଦେହର ବ୍ୟବଚ୍ଛେଦ କରିଥିଲେ। ଶନିବାର ଉପଖଣ୍ଡ ପଶୁ ଚିକିତ୍ସା ଅଧିକାରୀ ବନମାଳୀ ସାହୁ, ତଉଗାଁ ରାଜସ୍ବ ନୀରୀକ୍ଷକ ଶ୍ରୀକାନ୍ତ ରଥ, ଭିଏଏସ୍‌ ମାନସ ରଞ୍ଜନ ପୋଲାଇ ପ୍ରମୁଖ ଘଟଣା ବିଷୟରେ ଅନୁଧ୍ୟାନ କରିଛନ୍ତି। ରାଜସ୍ବ ବିଭାଗ ସହାୟତାରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ସେମାନେ କହିଛନ୍ତି। ସେହିଭଳି ରିକୋର୍ଟ ପାଇବା ପରେ ପ୍ରଶାସନ ତରଫରୁ କ୍ଷୟକ୍ଷତି ମିଳିବ ବୋଲି ତହସିଲଦାର ଗଦାଧର ପାତ୍ର କହିଛନ୍ତି। ତେବେ ଛେଳିମାନଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ଦୁଇଭାଇ ଗରୀବ ଶ୍ରେଣୀର ହୋଇଥିବାରୁ ପ୍ରଶାସନ ସେମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri