ଧରାପଡ଼ିଲେ ୯ ଜଣିଆ ଲୁଟେରା ଗ୍ୟାଙ୍ଗ: ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଲୁଟୁଥିଲେ

ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍‌ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ନାବାଳକ ଥିବା ପୋଲିସ ସୂଚନା ଦେଇଛି। କବିସୂର୍ଯ୍ୟନଗର ଥାନା ଅର୍ଜୁନପଲ୍ଲୀ ଗାଁର ଯୋଗୀ ଗୌଡ, କବିସୂର୍ଯ୍ୟନଗର ଆଇବି ରୋଡ୍‌ର ସୁନିଲ ମହାନ୍ତି ଓରଫ୍‌ ସୁନିଲ ନାହାକ ଓରଫ୍‌ ମଲ୍ଲ, ବଡଆଗୁଳା ଗାଁର ତନୁଜ ସ୍ବାଇଁ ଓରଫ ତନ୍ମୟ, ଆଇବି ରୋଡ୍‌ର ସଞ୍ଜୟ ନାହାକ, ଖଲ୍ଲିକୋଟ ଥାନା ଲୋଚାପଡା ଗାଁର ଶିବରାମ ଦାସ ଓରଫ ଶିବ, ପାଟପୁର ଥାନା ଏସ୍‌. ଗୋପାଳପୁର ଗାଁର ଅଶ୍ୱିନୀ ଗୌଡ, ପୁରୁଷୋତ୍ତମପୁର ଥାନା ଅରଖପୁର ଗାଁର ମନୋଜ ଗୌଡ, କନ୍ଧମାଳ ଜିଲା ସଦର ଫୁଲବାଣୀ ଥାନା ମଲିକପଡା ଗାଁର ଭରତ ପ୍ରଧାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନଙ୍କ ଠାରୁ ୪ ପିସ୍ତଲ, ଗୋଟିଏ ଖେଳନା ପିସ୍ତଲ, ୧୪ଟି ଜୀବନ୍ତ ଗୁଳି, ଖଣ୍ଡା, ଛୁରି, ୪ଟି ଦୁଇଚକିଆ ବାଇକ୍‌/ସ୍କୁଟି ଓ ୧୬ଟି ମୋବାଇଲ ଫୋନ ଜବତ କରାଯାଇଛି । ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବ୍ରିଜେଶ କୁମାର ରଏ ଏହି ସୂଚନା ଦେଇଛନ୍ତି।
ଏସ୍‌ପି କହିଛନ୍ତି, ଏହି ଗ୍ୟାଙ୍ଗ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କୁ ଟାର୍ଗେଟ କରୁଥିଲେ। ଗ୍ୟାଙ୍ଗରେ କିଏ ସୂଚନା ଦେଉଥିଲେ ତ ଆଉ କିଏ ଟ୍ରାକ୍‌ କରୁଥିଲେ ଏବଂ ଅନ୍ୟମାନେ ଲୁଟ୍‌ କରୁଥିଲେ । ଗ୍ୟାଙ୍ଗ୍‌ରେ ଆଉ କିଏ ଅଛନ୍ତି ତାହା ଜାଣିବା ଓ ଲୁଟ୍‌ ଟଙ୍କା ଜବତ ପାଇଁ ତଦନ୍ତ ଜାରି ରହିଛି। ଗିରଫ ଯୋଗୀ ଲୁଟ୍‌ କରି ବାଇକ୍‌ରେ ଦ୍ରୁତ ଗତିରେ ଯାଉଥିବାବେଳ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ତାଙ୍କ ଗୋଡରେ ଗଭୀର ଆଘାତ ଲାଗିଛି। ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ଖଲ୍ଲିକୋଟ, ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର, ଗାଙ୍ଗପୁର ଓ କୋଦଳା ଥାନା ଆଇଆଇସି ଓ କର୍ମଚାରୀଙ୍କୁ ନେଇ ଏକ ଟିମ୍‌ ଗଠନ ହୋଇଥିଲା । ପୁରୁଷୋତ୍ତମପୁର ଓ ଛତ୍ରପୁର ଏସ୍‌ଡିପିଓ ଏବଂ ଅତିରିକ୍ତ ଏସ୍‌ପି ଏହାର ମନିଟରିଂ କରୁଥିଲେ ବୋଲି ଏସପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri