Posted inଜାତୀୟ

ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ

ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା ସମୟରେ ଦିଲ୍ଲୀ ବିମାନ ବନ୍ଦରରେ ଧରାପଡିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉକ୍ତ ଯୁବକ ଜଣକ ଅମରିକ ସିଂ ନାମରେ ପାସପୋର୍ଟ କରି ଆମେରିକା ଯିବାକୁ ଚେଷ୍ଟା କରୁଥିବା ବେଳେ ସିଆଇଏସ୍‌ଏଫ୍‌ ହାତରେ ଧରାପଡିଛନ୍ତି। ଏଥିପାଇଁ ଯୁବକ ଜଣକ ମୁଣ୍ଡ କେଶ ଓ ଦାଢି କଳା କରିବା ସହ ଏକ ଜିରୋ ପାଓ୍ବାର ଚଷମା ପିନ୍ଧି ହ୍ବିଲ ଚେୟାରରେ ଏୟାର ପୋର୍ଟରେ ପହଞ୍ଚିଥିଲେ। ହେଲେ ଯାଞ୍ଚ ସମୟରେ ତାଙ୍କୁ ଚେୟାରରୁ ଉଠିବାକୁ କହିବାରୁ ସେ ନ ଉଠିବା ସହ ଆଖିରେ ଆଖି ମିଶାଇ କଥା ମଧ୍ୟ ହୋଇ ନ ଥିଲେ। ଏହା ଯାଞ୍ଚ କର୍ମଚାରୀଙ୍କ ସନ୍ଦେହକୁ ଆସିବାରୁ ଶେଷରେ ଯୁବକ ଜଣକ ଚେହେରା ବଦଳାଇ ଆମେରିକା ଯିବାକୁ ଚେଷ୍ଟା କରୁଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଦିଲ୍ଲୀ ପୋଲିସର ଜିମା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri