ଧରା ପଡିଲା ପିଡିଏସ୍‌ ସାମଗ୍ରୀ କଳା ବଜାର

ରାଉରକେଲା ଅଫିସ,୧ା୪: ଲକ୍‌ ଡାଉନ ଭଳି ଦୁର୍ଦ୍ଦିନ ସମୟରେ ସରକାର ଖାଉଟିଙ୍କୁ ୩ ମାସର ଆଗୁଆ ଖାଉଟି ସାମଗ୍ରୀ ଯୋଗାଇ ଦେଇଥିବା ବେଳେ ଏହାକୁ କେତେକ ଅସାଧୁ ବ୍ୟବସାୟୀ କଳା ବଜାର କରିବା ନଜରକୁ ଆସିଛି। ବୁଧବାର ଇସ୍ପାତ ମାର୍କେଟର ଏକ ତେଜରାତି ଦୋକାନ ଓ ଅଟାଚକିରେ ସାଧାରଣ ବଣ୍ଟନ ବ୍ୟବସ୍ଥା ପାଇଁ ଉଦ୍ଦିଷ୍ଟ ୨୦ ବସ୍ତା ଚାଉଳ ଓ ୪ବସ୍ତା ଗହମ ଏକ ଡାଲା ଆଟୋରେ ଆଣାଯାଇ ମହଜୁଦ ରଖାଯାଇଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକଙ୍କ ସଦେହ ହେବାରୁ ଏନେଇ ସେମାନେ ଜିଲା ଯୋଗାଣ ବିଭାଗ ସମେତ ସ୍ଥାନୀୟ ଥାନାକୁ ଖବର କରିଥିଲେ। ପୋଲିସ ଓ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଜବତ କରିଥିଲେ। ପ୍ରାଥମିକ ତଦନ୍ତରୁ ଜଣା ଯାଇଛି ଯେ, ଏହି ସାମଗ୍ରୀ ସେକ୍ଟର-୫ଠାରେ ଥିବା ଏକ କଣ୍ଟ୍ରୋଲ ଦୋକାନରୁ ଏଠାକୁ କଳା ବଜାର ପାଇଁ ଅଣାଯାଇଥିଲା। ପୋଲିସ ଓ ଯୋଗାଣ ବିଭାଗ ଏନେଇ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri