ଧରିତ୍ରୀରେ ଖବର ପ୍ରକାଶ ପରେ ମନ୍ଦିର ରାସ୍ତା ସଫେଇ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଲକ୍ଷ୍ମୀବଜାର ଚନ୍ଦ୍ରକଳ୍ପେଶ୍ୱର ମନ୍ଦିର ସାମ୍ନାରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହି ଜନ ଅସନ୍ତୋଷ ସୃଷ୍ଟି କରୁଥିଲା। ବର୍ଷା ହେବାରୁ ଆବର୍ଜନା ଜମି ରହି ଦୁର୍ଗନ୍ଧ ହେଉଥିଲା। ଏନେଇ ‘ଧରିତ୍ରୀ’ରେ ରବିବାର ଖବର ପ୍ରକାଶ ପାଇବା ପରେ କର୍ତ୍ତୃପକ୍ଷ ପଦକ୍ଷେପ ନେଇଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ନିଜେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ଉପସ୍ଥିତ ରହି ମନ୍ଦିର ସାମ୍ନାରେ ଥିବା ଆବର୍ଜନା ସଫେଇ କାର୍ଯ୍ୟ ତଦାରଖ କରିଥିଲେ। ମନ୍ଦିର ନିକଟକୁ ଲାଗି ରହିଥିବା ଡ୍ରେନ୍‌ ମଧ୍ୟ ନିୟମିତ ସଫେଇ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଜନସାଧାରଣ ଓ ମନ୍ଦିର କମିଟି ସହ ପୌର କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳକୁ କିପରି ପରିଷ୍କାର କରାଯିବ ସେଥିନେଇ ଆଲୋଚନା କରିଥିଲେ। ଆବର୍ଜନାକୁ ଏଣେତେଣେ ପକାଇ ପରିବେଶ ପ୍ରଦୂଷିତ କରୁଥିବା ଲୋକଙ୍କ ପ୍ରତି କଡ଼ା ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି। ପୌର କର୍ତ୍ତୃପକ୍ଷଙ୍କ ପଦକ୍ଷେପ ପରେ ଅଞ୍ଚଳବାସୀ ସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri