ଧରିତ୍ରୀ ଖବରକୁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୧୨।୫- ପୁରୀ ଜିଲା କୋଣାର୍କ ନିକଟ ଅଚ୍ୟୁତପୁରର ଏକ ଇଟାଭାଟିରେ କାମ କରୁଥିବା ବରଗଡ଼ ଜିଲା ପାଇକମାଲ ଥାନା ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପିଲାଛୁଆ ଧରି ଏକ ବସଭଡ଼ା କରି ସୋମବାର ରାତିରେ ଏଠାକୁ ଆସିଥିଲେ। ସେମାନଙ୍କୁ ସ୍ଥାନୀୟ ଏକ ସ୍କୁଲର କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ତେବେ ବସ୍‌ଭଡ଼ା ବାବଦକୁ ଶ୍ରମିକମାନେ ନିଜ ରୋଜଗାର ୩୨ହଜାର ଟଙ୍କା ଦେଇଥିଲେ। ଗୋଟିଏ ପଟେ ଲକ୍‌ ଡାଉନ୍‌ ଯୋଗୁ ସେମାନେ ବେରୋଜଗାର ହୋଇଥିବାବେଳେ ଅନ୍ୟପଟେ ଦାଦନ ଖଟି ରୋଜଗାର କରିଥିବା ଟଙ୍କା ବସ୍‌ଭଡ଼ାରେ ସରିଯାଇଛି। ଫଳରେ ଏବେ ସେମାନଙ୍କ ପରିବାର ଗୁଜୁରାଣ ଏହି ପ୍ରବାସୀ ଶ୍ରମିକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି । ଏ ନେଇ ମଙ୍ଗଳବାର ଧରିତ୍ରୀରେ ବସ୍‌ଭଡ଼ାରେ ସରିଗଲା ରୋଜଗାର ଟଙ୍କା ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ସାମାଜିକ କର୍ମୀ ଦିବସ କୁମାର ସାହୁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ସମ୍ପୃକ୍ତ ଶ୍ରମିକଙ୍କୁ ସ୍ଥାନୀୟ କର୍ମନିଯୁକ୍ତି ଦେବା ସହିତ ସହାୟତା ପ୍ରଦାନ କରିବାକୁ ନିବେଦନ କରିଛନ୍ତି।

ପ୍ରକାଶ ଯେ, ସମ୍ପୃକ୍ତ ଶ୍ରମିକମାନେ ଅଚ୍ୟୁତପୁରର ଏକ ଅସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିଲେ। ଏହା ଜାଣିବା ପରେ ସାମାଜିକ କର୍ମୀ ସାହୁ ପୁରୀ ଜିଲା ପ୍ରଶାସନ ସହିତ ଯୋଗାଯୋଗ କରିବାରୁ ତାଙ୍କୁ ସେଠାକାର ପଞ୍ଚାୟତ ଅଫିସରେ ଆଶ୍ରୟ ଦେଇ ଖାଇବା, ପିଇବା ବ୍ୟବସ୍ଥା କରାଯାଇଥିଲା। ସେହିପରି ଆଇଜି ଅମିତାଭ ଠାକୁରଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ସେ ସମ୍ପୃକ୍ତ ଶ୍ରମିକଙ୍କୁ ଗାଁକୁ ପଠାଇବା ବ୍ୟବସ୍ଥା କରିଥିଲେ। ମାତ୍ର ଶ୍ରମିକମାନଙ୍କୁ ବସ୍‌ଭଡ଼ା ଖର୍ଚ୍ଚ ବହନ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri