ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍‌

କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ ଜାଳି ଚଳୁଥିଲେ। ଗ୍ରାମବାସୀଙ୍କ ଉପରେ ସେସୁର ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ବିଭାଗ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଥିଲା। ତେବେ ଗ୍ରାମବାସୀ ସେସୁ ଏସଡିଓଙ୍କ ପରାମର୍ଶ ଅନୁଯାୟୀ ଆମେ ବିଦ୍ୟୁତ୍‌ ଦେୟ ପଇଠ କରିଛୁ, ମାତ୍ର ସେସୁ ବିଦ୍ୟୁତ୍‌ ସଂଯୋଗ ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ଏନେଇ ଧରିତ୍ରୀରେ ଗତ ୧୪ ତାରିଖରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ସେସୁ ପକ୍ଷରୁ ତତ୍ପରତା ପ୍ରକାଶ ପାଇ ମଙ୍ଗଳବାର ନୂତନ ଟ୍ରାନ୍ସଫର୍ମର ବସାଇ ବିଦ୍ୟୁତ୍‌ ସଂଯୋଗ ଦେଇଛନ୍ତି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଯେ, ଏହି ଗ୍ରାମରେ ୧୫ ପରିବାର ରହିଛନ୍ତି। ବିଦ୍ୟୁତ ନ ଥିବା ବେଳେ ସେମାନେ ସମସ୍ୟାର ସମ୍ମୁଖୀନ ହେବା ସହ ସେମାନଙ୍କ ପିଲାମାନେ ରାତିରେ ପାଠପଢାରୁ ବଞ୍ଚତ୍ତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri