‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ

କାକଟପୁର,୧୭।୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର ପଞ୍ଚାୟତର ୨୦ଟି ଗ୍ରାମର ଚାଷଜମିରେ ମାଡ଼ି ଯାଇଥିଲା। ଏ ନେଇ ଶନିବାର କେବଳ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଲୁଣାବନ୍ଧ ଘାଇ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଅସ୍ତରଙ୍ଗ ତହସିଲଦାର ଅଶୋକ କୁମାର ସ୍ବାଇଁ ଘଟଣାସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବା ସହ ତୁରନ୍ତ ଘାଇ ମରାମତି କରିବାକୁ କାକଟପୁର ଜଳସେଚନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ବିଶ୍ୱାଳ, ସହକାରୀ ଯନ୍ତ୍ରୀ ପ୍ରାଣବନ୍ଧୁ ବେହେରା, କନିଷ୍ଠ ଯନ୍ତ୍ରୀ ତପନ କୁମାର ନାୟକ ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ବାଲିବସ୍ତା ପକାଇ ଘାଇ ବନ୍ଦ କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଘାଇ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା। ସନ୍ଧ୍ୟାସୁଦ୍ଧା ମରାମତି କାର୍ଯ୍ୟ ଶେଷ ହେବ ବୋଲି ଯନ୍ତ୍ରୀ ବିଶ୍ୱାଳ ପ୍ରକାଶ କରିଛନ୍ତି। ତେବେ ନଦୀରେ ବନ୍ୟାଜଳ ହ୍ରାସ ପାଉଥିବାରୁ କୌଣସି କ୍ଷୟକ୍ଷତି ହେବ ନାହିଁ। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଚାଷଜମିରେ ମାଡ଼ି ଯାଇଥିବା ବନ୍ୟାଜଳ ସୁଇସ୍‌ ଗେଟ ଦେଇ ନଦୀକୁ ନିଷ୍କାସିତ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?