‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ସୁଶାନ୍ତ କୁମାର ସାହୁଙ୍କ ଆତ୍ମହତ୍ୟା ଉଦ୍ୟମର କଥା।

ମାଥିଲି ଅଞ୍ଚଳର ସୁଶାନ୍ତ ୨୦୦୭ ଜୁନ ୨୬ରେ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ଭାବେ ଅସ୍ଥାୟୀ ଭାବେ ନିଯୁକ୍ତ ହୋଇଥିଲେ। ହେଲେ ୨୦୧୨ ଫେବୃୟାରୀରେ ସେ ତାଙ୍କର ଶେଷ ଦରମା ପାଇଥିଲେ। କୌଣସି କାରଣ ନ ଦର୍ଶାଇ ବିଭାଗୀୟ କର୍ତ୍ତୃପକ୍ଷ ସୁଶାନ୍ତଙ୍କ ଦରମା ବନ୍ଦ କରି ଦେଇଥିଲେ। ଏ ନେଇ ସେ ବାରମ୍ବାର ନିଜ ଅଧିକାରୀ ଏବଂ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। କିନ୍ତୁ ତାଙ୍କ ସହ ଅସ୍ଥାୟୀ ନିଯୁକ୍ତି ପାଇଥିବା ଅନ୍ୟ ଡ୍ରାଇଭରଙ୍କ ଚାକିରି ନିୟମିତ ହେବା ସହ ସେମାନେ ଠିକ୍‌ ରୂପେ ଦରମା ମଧ୍ୟ ପାଉଥିଲେ। ଏନେଇ ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଅନୁରୋଧ କରିଥିଲେ ସୁଶାନ୍ତ । ମାତ୍ର ସବୁଥିରେ ବିଫଳ ହୋଇ ଶେଷରେ ଜୁଲାଇ ୨୬ ତାରିଖ ଦିନ ନିଜ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ନେଇ ବ୍ଲକ ଅଫିସ ସମ୍ମୁଖରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ସୁଶାନ୍ତ । ତାଙ୍କୁ ବିଡିଓ ଓ ଅନ୍ୟ କର୍ମଚାରୀ ଉଦ୍ଧାର କରିଥିଲେ । ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ସହ ସୁଶାନ୍ତଙ୍କ ଆତ୍ମହତ୍ୟା ପଛର ଘଟଣାକୁ କୋରୁକୋଣ୍ଡା ବିଡିଓଙ୍କ ଠାରୁ ଆରମ୍ଭ କରି ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଶେଷରେ ବୁଧବାର ସୁଶାନ୍ତଙ୍କୁ ଦରମା ଦେବାପାଇଁ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଅଗଷ୍ଟ ୨୦୧୯ରୁ ସୁଶାନ୍ତଙ୍କ ନିୟମିତ ଭାବେ ଦରମା ଲାଗୁ ହେବା ନେଇ ମାଲକାନଗିରି ଜିଲାପାଳ ମନୀଶ ଅଗ୍ରୱାଲ ଘୋଷଣା କରିଛନ୍ତି। ଏଥିସହ ଯେଉଁ ୮ ବର୍ଷ ସୁଶାନ୍ତ ବ୍ଲକ ଅଫିସରେ ଓ ଦେବରାଜ ଡିପିଓ ଅଫିସରେ କାର୍ଯ୍ୟ କରି ଦରମା ପାଇ ନାହାନ୍ତି ତାହା ବିଚାରାଧୀନ ଥିବାରୁ ବିଚାର ସରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ତେବେ ଚାକିରି ନିୟମିତ ହୋଇଥିବାରୁ ସୁଶାନ୍ତ ‘ଧରିତ୍ରୀ’କୁ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri