ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା । ଏ ନେଇ ଜିଲା ଦୌରାଜଜ କୋର୍ଟ ଆଇନ ସେବା କମିଟିର ସଚିବ ବିଜୟ କୁମାର ଦାଶ ଘଟଣାକୁ ଅତି ଗୁରୁତର ସହ ନେଇ ଅଗ୍ନି ବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ବୁଧବାର ଛତ୍ରପୁର ଉପଜିଲାପାଳ ଓ ପୁରୁଷୋତ୍ତମପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସାମାଜିକ ନ୍ୟାୟ ପ୍ରଦାନ କରିବା ଲାଗି ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାରପତି ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷାଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ଶୁକ୍ରବାର ନିଜେ ଜିଲା ଆଇନ ସେବା କମିଟିର ସଚିବ ବିଜୟ କୁମାର ଦାଶ ଏକ ଟିମ୍‌ ସହ ସୁନାଥର ଗ୍ରାମକୁ ଯାଇ ତହସିଲଦାର ଅରୁଣ କୁମାର ନାୟକଙ୍କ ଉପସ୍ଥିତିରେ ବିପନ୍ନ ପରିବାରଙ୍କୁ ସହାୟତା କରିବା ସହ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଇ ଔଷଧ ପ୍ରଦାନ କରିଛନ୍ତି। ସରକାରୀ ନିୟମ ପ୍ରକାରେ ଥଇଥାନ କରିବା ଲାଗି ତହସିଲଦାରଙ୍କୁ ନିର୍ଦ୍ଦେଶ ଦେବା ସହ ପାଡି ନଷ୍ଟ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ (ଆଧାର କାର୍ଡ, ଭୋଟର କାର୍ଡ ଇତ୍ୟାଦି )ତୁରନ୍ତ ପ୍ରଦାନ କରିବାଲାଗି ପଦକ୍ଷେପ ନେବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri