ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା । ଏ ନେଇ ଜିଲା ଦୌରାଜଜ କୋର୍ଟ ଆଇନ ସେବା କମିଟିର ସଚିବ ବିଜୟ କୁମାର ଦାଶ ଘଟଣାକୁ ଅତି ଗୁରୁତର ସହ ନେଇ ଅଗ୍ନି ବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ବୁଧବାର ଛତ୍ରପୁର ଉପଜିଲାପାଳ ଓ ପୁରୁଷୋତ୍ତମପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସାମାଜିକ ନ୍ୟାୟ ପ୍ରଦାନ କରିବା ଲାଗି ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାରପତି ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷାଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ଶୁକ୍ରବାର ନିଜେ ଜିଲା ଆଇନ ସେବା କମିଟିର ସଚିବ ବିଜୟ କୁମାର ଦାଶ ଏକ ଟିମ୍‌ ସହ ସୁନାଥର ଗ୍ରାମକୁ ଯାଇ ତହସିଲଦାର ଅରୁଣ କୁମାର ନାୟକଙ୍କ ଉପସ୍ଥିତିରେ ବିପନ୍ନ ପରିବାରଙ୍କୁ ସହାୟତା କରିବା ସହ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଇ ଔଷଧ ପ୍ରଦାନ କରିଛନ୍ତି। ସରକାରୀ ନିୟମ ପ୍ରକାରେ ଥଇଥାନ କରିବା ଲାଗି ତହସିଲଦାରଙ୍କୁ ନିର୍ଦ୍ଦେଶ ଦେବା ସହ ପାଡି ନଷ୍ଟ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ (ଆଧାର କାର୍ଡ, ଭୋଟର କାର୍ଡ ଇତ୍ୟାଦି )ତୁରନ୍ତ ପ୍ରଦାନ କରିବାଲାଗି ପଦକ୍ଷେପ ନେବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri