ଧର୍ମଗଡ଼ଠାରେ ବୌଦ୍ଧିକ ସମାବେଶ: ଧର୍ମଗଡ ଅଞ୍ଚଳର ବିକାଶ ପାଇଁ ମୁଁ ସର୍ବଦା ସଙ୍କଳ୍ପ ବଦ୍ଧ: ଶକ୍ତିମନ୍ତ୍ରୀ

ଧର୍ମଗଡ,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡଠାରେ ଜୀବନ ବିନ୍ଦୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବୁଧବାର ସ୍ଥାନୀୟ ଅଞ୍ଚଳର ଉନ୍ନତି ସହିତ ଏକ ବିକଶିତ ଧର୍ମଗଡ କିଭଳି କରାଯାଇପାରି ସେ ଉଦ୍ଦେଶ୍ୟରେ ବୌଦ୍ଧିକ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଧର୍ମଗଡ ମାଟିରୁ ମୋର ରାଜନୈତିକ ଜୀବନ ଆରମ୍ଭ ହୋଇଥିଲା । ତେଣୁ ଧର୍ମଗଡର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଁ ସର୍ବଦା ସଂକଳ୍ପ ବଦ୍ଧ ବୋଲି କହିଥିଲେ। ଧର୍ମଗଡକୁ ରେଳ ଲାଇନ ସଂଯୋଗ, ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ଧର୍ମଗଡଠାରେ ବାଇ ପାସ ରାସ୍ତା ନିର୍ମାଣ, ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା, ଟୁରିଜମ କ୍ଷେତ୍ରରେ କିଭଳି ବିକାଶ କରାଯାଇପାରି ସେ ଉପରେ ବିଶେଷ ଗୁରୁତ୍ୱ ଦେବି ବୋଲି ପ୍ରକାଶ କରିଥିଲେ। ଜିଲାରେ ଥିବା ଇନ୍ଦ୍ରାବତୀ ପ୍ରକଳ୍ପରୁ ଜିଲାବାସୀ ଖୁବଶୀଘ୍ର ବିଦ୍ୟୁତ୍‌ ପାଇବା ସହ ଧର୍ମଗଡଠାରେ ବହୁ ପ୍ରତିକ୍ଷିତ ଇଲେକ୍ଟ୍ରିକାଲ ଡିଭିଜନ ପୁନଃ କାର୍ଯ୍ୟକ୍ଷମ ପାଇଁ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଥିଲେ । ଧର୍ମଗଡ ନିକଟସ୍ଥ ଗମ୍ବାରିଗୁଡାଠାରେ ଥିବା ଯଶୋଦା ଅନାଥ ଆଶ୍ରମରେ ଅନୁଷ୍ଠିତ ସମାବେଶରେ ଜିବନ ବିନ୍ଦୁ ବିଜୁ ସ୍ବେଚ୍ଛାସେବୀ ସଙ୍ଗଠନ ସଭାପତି ବିବେକ ରଞ୍ଜନ ମିଶ୍ର ଅଧ୍ୟକ୍ଷତା କରିଥିଲେ । ଏହି ସମାବେଶରେ ସରକାରୀ ଓକିଲ ଚିନ୍ତାମଣୀ ପାତ୍ର, ଓକିଲ ତୁଷାର ରଞ୍ଜନ ପଟଯୋଷୀ, ଯଶୋଦା ଅନାଥାଶ୍ରମ ପରିଚାଳକ ଶ୍ୟାମସୁନ୍ଦର ଜାଲ, ଭବାନୀପାଟଣାର ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, କଳାହାଣ୍ଡିର ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ପ୍ରବୋଦ ରଥ, ବିଷ୍ଣୁ ପ୍ରସାଦ ଅଗ୍ରଓ୍ବାଲ, ଶ୍ୟାମ ପରିବାର ସମ୍ପାଦିକା ସୁନିତା ଅଗ୍ରଓ୍ବାଲ, ଧର୍ମଗଡ ନଗରପାଳ ହିରା ବାଗ, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଳେଶ୍ୱର ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ଜୀବନବିନ୍ଦୁର ସମ୍ପାଦକ ଅବଜ ପାଢୀ, ଉପସଭାପତି ଭରତ ମେହେର, ମୁନିରାମ ମାଝି, ଯୁବ ସଙ୍ଗଠକ ଉପେନ୍ଦ୍ର ନାଏକ, ଚନ୍ଦନ ପାତ୍ର ଓ ଅନ୍ୟମାନେ ସହଯୋଗ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?