ଧର୍ମଗଡ ଡାକ୍ତରଖାନାରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନର୍ସଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ଧର୍ମଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ୨ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିବା ଏହି ୨ ଯୁବକ ନିଜ ମୋବାଇଲ ଫୋନ୍‌ରେ ନର୍ସଙ୍କ ଭିଡିଓ ଶୁଟିଂ କରୁଥିଲେ । ଏହାକୁ ନର୍ସ ବାରଣ କରିବାରୁ ପାଟିତୁଣ୍ଡ ହୋଇଥିଲା । ଫଳରେ ଯୁବକଦ୍ୱୟ ଡାକ୍ତରଖାନା ଟେବୁଲ ଭାଙ୍ଗିବା ସହ ମେଡିସିନ ଫୋପାଡି ଦେଇଥିଲେ । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ଯୁବକଦ୍ୱୟଙ୍କୁ ନେଇ ଥାନାରେ ପଚରାଉଚୁରା କରୁଥିବା ଜଣାଯାଇଛି। ଏ ନେଇ ସମ୍ପୃକ୍ତ ଯୁବକଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ କୁଟୁରୁଖମାର ଗ୍ରାମର ଲବ ତାଣ୍ଡି ଓ ରଙ୍କାବାହାଲ ଗ୍ରାମର ଚକ୍ରଧର ଦୁରିଆ ଧର୍ମଗଡ଼ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିଲେ। ଲବଙ୍କ ଗୋଡରେ ଆଘାତ ଲାଗିଥିବାରୁ ସେମାନେ ଡାକ୍ତରଙ୍କୁ ପରାମର୍ଶ କରି ମେଡିସିନ ନେବା ସହ ନର୍ସଙ୍କ ଡ୍ୟୁଟି ରୁମରେ ଇଞ୍ଜେକଶନ ମଧ୍ୟ ନେଇଥିଲେ। ଏହି ସମୟରେ ଚକ୍ରଧର ସେଠାରେ ଡ୍ୟୁଟିରେ ଥିବା ନର୍ସଙ୍କ ଭିଡିଓ ଶୁଟିଂ କରିଥିଲେ। ନର୍ସ ଜଣକ ଏପରି ନ କରିବାକୁ ତାଙ୍କୁ କହିଥିଲେ । ଏହା ପରେ ବି ଚକ୍ରଧର ମାନି ନ ଥିଲେ । ଫଳରେ ନର୍ସ ଜଣକ ଡାକ୍ତରଖାନା କର୍ମଚାରୀମାନଙ୍କୁ ଡାକିଥିଲେ। ତଥାପି ସେହି ଯୁବକମାନେ ନ ମାନି ଭିଡିଓ ଶୁଟିଂ କରୁଥିଲେ। ପରେ ସିକ୍ୟୁରିଟି କାର୍ଡ ଆସି ଜବରଦସ୍ତ ଏହା ବନ୍ଦ କରିବାକୁ କହିବା ପରେ ଦୁଇ ଯୁବକ ଉତ୍‌କ୍ଷିପ୍ତ ହୋଇ ନର୍ସଙ୍କୁ ଗାଳିଗୁଲଜ କରିବା ସହ ସେଠାରେ ଥିବା ଚେୟାର ଓ ଟେବୁଲ ଭାଙ୍ଗିବା ସହ ମେଡିସିନଗୁଡିକ ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri