ଧର୍ମଗଡ ଡାକ୍ତରଖାନାରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନର୍ସଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ଧର୍ମଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ୨ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିବା ଏହି ୨ ଯୁବକ ନିଜ ମୋବାଇଲ ଫୋନ୍‌ରେ ନର୍ସଙ୍କ ଭିଡିଓ ଶୁଟିଂ କରୁଥିଲେ । ଏହାକୁ ନର୍ସ ବାରଣ କରିବାରୁ ପାଟିତୁଣ୍ଡ ହୋଇଥିଲା । ଫଳରେ ଯୁବକଦ୍ୱୟ ଡାକ୍ତରଖାନା ଟେବୁଲ ଭାଙ୍ଗିବା ସହ ମେଡିସିନ ଫୋପାଡି ଦେଇଥିଲେ । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ଯୁବକଦ୍ୱୟଙ୍କୁ ନେଇ ଥାନାରେ ପଚରାଉଚୁରା କରୁଥିବା ଜଣାଯାଇଛି। ଏ ନେଇ ସମ୍ପୃକ୍ତ ଯୁବକଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ କୁଟୁରୁଖମାର ଗ୍ରାମର ଲବ ତାଣ୍ଡି ଓ ରଙ୍କାବାହାଲ ଗ୍ରାମର ଚକ୍ରଧର ଦୁରିଆ ଧର୍ମଗଡ଼ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିଲେ। ଲବଙ୍କ ଗୋଡରେ ଆଘାତ ଲାଗିଥିବାରୁ ସେମାନେ ଡାକ୍ତରଙ୍କୁ ପରାମର୍ଶ କରି ମେଡିସିନ ନେବା ସହ ନର୍ସଙ୍କ ଡ୍ୟୁଟି ରୁମରେ ଇଞ୍ଜେକଶନ ମଧ୍ୟ ନେଇଥିଲେ। ଏହି ସମୟରେ ଚକ୍ରଧର ସେଠାରେ ଡ୍ୟୁଟିରେ ଥିବା ନର୍ସଙ୍କ ଭିଡିଓ ଶୁଟିଂ କରିଥିଲେ। ନର୍ସ ଜଣକ ଏପରି ନ କରିବାକୁ ତାଙ୍କୁ କହିଥିଲେ । ଏହା ପରେ ବି ଚକ୍ରଧର ମାନି ନ ଥିଲେ । ଫଳରେ ନର୍ସ ଜଣକ ଡାକ୍ତରଖାନା କର୍ମଚାରୀମାନଙ୍କୁ ଡାକିଥିଲେ। ତଥାପି ସେହି ଯୁବକମାନେ ନ ମାନି ଭିଡିଓ ଶୁଟିଂ କରୁଥିଲେ। ପରେ ସିକ୍ୟୁରିଟି କାର୍ଡ ଆସି ଜବରଦସ୍ତ ଏହା ବନ୍ଦ କରିବାକୁ କହିବା ପରେ ଦୁଇ ଯୁବକ ଉତ୍‌କ୍ଷିପ୍ତ ହୋଇ ନର୍ସଙ୍କୁ ଗାଳିଗୁଲଜ କରିବା ସହ ସେଠାରେ ଥିବା ଚେୟାର ଓ ଟେବୁଲ ଭାଙ୍ଗିବା ସହ ମେଡିସିନଗୁଡିକ ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri