ବାରିପଦା ଅଫିସ,୮ା୧- ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ଏଣୁ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ ଜିଲାର ସମସ୍ତ ସ୍କୁଲ, କଲେଜକୁ ଦିନିକିଆ ଛୁଟି ଘୋଷଣା କରିଛନ୍ତି। ଏନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୭(୭ା୧ା୨୦୨୦)ରେ ସୂଚନା ପ୍ରଦାନ କରାଯାଇଛି।
ଅନ୍ୟପକ୍ଷେ ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ବୁଧବାର ହେବାକୁ ଥିବା ପରୀକ୍ଷାକୁ କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ ନିର୍ଦ୍ଦେଶ କ୍ରମେ ଘୁଞ୍ଚାଇ ଦିଆଯାଇଛି। ଏନେଇ ବିଶ୍ୱବିଦ୍ୟାଳୟର ପତ୍ର ସଂଖ୍ୟା ୬୪ (୭ା୧ା୨୦୨୦)ରେ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ପିଜି ବିଭାଗର ପ୍ରଥମ ଓ ପଞ୍ଚମ ସେମିଷ୍ଟର ପରୀକ୍ଷା ୨୭ ଜାନୁୟାରୀ, ଏଲଏଲବିର ପ୍ରଥମ ସେମିଷ୍ଟର ପରୀକ୍ଷା ୧୭ ଜାନୁୟାରୀ, ସ୍ପେଶାଲ ବିଇଡିର ଷଷ୍ଠ ସେମିଷ୍ଟର ପରୀକ୍ଷା ୨୨ ଜାନୁୟାରୀ ଓ ନର୍ସିଂ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷା ୧୦ ଜାନୁୟାରୀକୁ ଘୁଞ୍ଚାଇ ଦିଆଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ
ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…
ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…
ଆକ୍ସନ ମୁଡ୍ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…
ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…
ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…
ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…
ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…
ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…
ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…
ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ
ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…
Archives

