ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ସହିତ କର୍ମକର୍ତ୍ତାମାନେ ସହରରେ ଥିବା ବିଭିନ୍ନ ବେସରକାରୀ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ କରିବାରୁ ସମସ୍ତ ବ୍ୟାଙ୍କ ବନ୍ଦ ରହିଥିଲା। ସେହିପରି ସମଗ୍ର ଜିଲାରେ ଥିବା ୧୫୦ରୁ ଊର୍ଦ୍ଧ୍ୱ ବ୍ୟାଙ୍କ ବନ୍ଦ ରହିଥିଲା। ପ୍ରାୟ ୩ ଶହରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ବନ୍ଦ ପାଳନରେ ସାମିଲ ହୋଇ ମୋଟର ସାଇକଲ ଶୋଭାଯାତ୍ରା କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ୟୁନିୟନ ପକ୍ଷରୁ ସମ୍ମାନଜନକ ବେତନ ବୃଦ୍ଧି, ୫ ଦିନିଆ ବ୍ୟାଙ୍କିଙ୍ଗ ସେବା, ପେନସନ ସଂଶୋଧନ, ନିର୍ଦ୍ଧାରିତ କାର୍ଯ୍ୟ ସମୟ ସୀମା ଆଦି ଦାବି କରାଯାଇଛି। ଏହି ଧର୍ମଘଟରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଲକ୍ଷ୍ମୀଧର ସିଂ, ଅଶୋକ ପଟ୍ଟନାୟକ, ବୀରେନ୍ଦ୍ର ମହାନ୍ତି, ବ୍ୟାଙ୍କ ଅଫ ଇଣ୍ଡିଆର ଭବାନୀ ଶଙ୍କର ସାମଲ, ଶରତ ଚନ୍ଦ୍ର ମିଶ୍ର, ରଜନୀ ଦଳେଇ, ପ୍ରଶାନ୍ତ ମହାନ୍ତି, ବ୍ୟାଙ୍କ ଅଫ ବରୋଦାର ଯଜାତି କେଶରୀ ପଟ୍ଟନାୟକଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ। ଶନିବାର ୟୁନିୟନ ପକ୍ଷରୁ ଜିଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପଠାଯିବ ବୋଲି ୟୁନିୟନର କର୍ମକର୍ତ୍ତାମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri