ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର : ବିଭିନ୍ନ ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଧର୍ମଶାଳା,୮ା୬(ଡି.ଏନ.ଏ.)- ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡିଥିବାବେଳେ ଜନଅସନ୍ତୋଷ ଦେଖାଦେଇଛି। ଏ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ରବି ଲାବଣ୍ୟ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ ଭେଟି ଆଲୋଚନା କରିବା ସହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ, ଏହା ଅଧୀନରେ ଥିବା ୭ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ସହ ମିର୍ଜାପୁର ଗ୍ରାମପଞ୍ଚାୟତରେ ଏକ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବାକୁ ପୂର୍ବତନ ବିଧାୟକ ରବି ଲାବଣ୍ୟ ଦାବି କରିଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଧର୍ମଶାଳା ସମେତ ବରୀ ଏବଂ କୋରେଇ ନିର୍ବାଚନମଣ୍ଡଳୀର ଜନସାଧାରଣ ମଧ୍ୟ ନିର୍ଭର କରନ୍ତି। ୧୬ ନଂ. ଜାତୀୟ ରାଜପଥ ନିକଟରେ ଅବସ୍ଥିତ ଏହି ଡାକ୍ତରଖାନାକୁ ଦୈନିକ ଶହଶହ ରୋଗୀ ଆସୁଥିବାବେଳେ ଡାକ୍ତର ନ ଥିବାରୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଭେଷଜ, ଶଲ୍ୟ, ଶିଶୁରୋଗ, ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଆଦି ୪ ଗୋଟି ବିଶେଷଜ୍ଞ ଡାକ୍ତର ପଦବୀ ଦୀର୍ଘଦିନ ଧରି ଖାଲି ପଡିଛି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୋତପୁର, ଅରାବଳ, ଆରୁହା, ରାମଚନ୍ଦ୍ରପୁର, ଜେନାପୁର, ହରିଦାସପୁର, ଗଡମଧୁପର ଆଦି ୭ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତୁରନ୍ତ ଡାକ୍ତର ନିଯୁକ୍ତି ଦେବାକୁ ପୂର୍ବତନ ବିଧାୟକ ଲାବଣ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡିଛି। ଦାବିପତ୍ର ପ୍ରଦାନ ସମୟରେ ଶିକ୍ଷକ ନେତା ଯତୀନ୍ଦ୍ରନାଥ ଦାଶ, ଯୁବ ସଂଗଠକ ରଣଜିତ ନାୟକ, ସାଧବ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଦାବିପତ୍ର ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ। ଆଗାମୀ ବିଧାନସଭା ଅଧିବେସନ ସମୟରେ ଡାକ୍ତର ନିଯୁକ୍ତି କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ପୂର୍ବତନ ବିଧାୟକ ଲାବଣ୍ୟଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri