ଧର୍ମସଭାରେ ଯୋଗଦେଇଥିବା ୧୦ ମୃତ

ନୂଆଦିଲ୍ଲୀ,୧ା୪(ପି.ଟି.): ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ତବଲିଘି ଜମାତ୍‌ ମୁଖ୍ୟାଳୟ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଥିବାବେଳେ ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଲକ୍‌ଡାଉନ ଘୋଷଣା ହେବା ପୂର୍ବରୁ ସେଠାରେ ଅନୁଷ୍ଠିତ ଧର୍ମସଭାରେ ଦେଶବିଦେଶରୁ ୨୦୦୦ରୁ ଊର୍ଦ୍ଧ୍ୱ ଲୋକ ଯୋଗଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ତେଲଙ୍ଗାନାର ୬ ଜଣ ଥିବାବେଳେ ତାମିଲନାଡୁ, କର୍ନାଟକ ଓ ଜମ୍ମୁ-କଶ୍ମୀରରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ଅନ୍ୟ ଜଣେ ମୃତକ ଫିଲିପାଇନ୍ସର ବୋଲି ଜଣାପଡ଼ିଛି। ଧର୍ମସଭାରୁ ଫେରିଥିବା ଏହି ଲୋକମାନଙ୍କଠାରେ କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଛି।
୨୪ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସଂକ୍ରମଣ ସନ୍ଦେହରେ ୩୩୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ଦିଲ୍ଲୀରେ ୨୫ଟି ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ନିଜାମୁଦ୍ଦିନର ୧୮ ଜଣ ରହିଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭ ହୋଇଛି। ୧୦୩୩ ଜଣଙ୍କୁ ବିଭିନ୍ନ ଅଞ୍ଚଳକୁ ସ୍ଥାନାନ୍ତର କରାଯାଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୧୩ରୁ ୧୫ ପର୍ଯ୍ୟନ୍ତ ନିଜାମୁଦ୍ଦିନର ମର୍‌କାଜ୍‌ଠାରେ ଧର୍ମସଭା ହୋଇଥିଲା। ଏଥିରେ ଯୋଗଦେଇଥିବା ୭୦୦ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିବାବେଳେ ୩୩୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଧର୍ମସଭାରେ ଭାଗନେଇଥିବା ସମସ୍ତଙ୍କର ନମୁନା ପରୀକ୍ଷା କରାଯାଉଛି। ଏହି ଧର୍ମ ସମ୍ମିଳନୀର ନେତୃତ୍ୱ ନେଇଥିବା ମୌଲାନାଙ୍କ ବିରୋଧରେ ଏତଲା ଦାଏର ଲାଗି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି। ସମ୍ମିଳନୀରେ ଯୋଗଦେଇଥିବା ଅଧିକାଂଶଙ୍କଠାରେ ସଂକ୍ରମଣ ଲକ୍ଷଣ ଦେଖାଯିବା ପରେ ପୋଲିସ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିଛି। ଇଣ୍ଡୋନେସିଆ ଓ ମାଲେସିଆ ନାଗରିକଙ୍କ ସମେତ ୨୦୦୦ରୁ ଊର୍ଦ୍ଧ୍ୱ ପ୍ରତିନିଧି ଏହି ଧର୍ମସଭାରେ ଯୋଗଦେଇଥିଲେ।
ଯୋଗଦେଇଥିଲେ ୨୧୬ ବିଦେଶୀ
ନୂଆଦିଲ୍ଲୀସ୍ଥିତ ତବଲିଘି ଜମାତ୍‌ର ନିଜାମୁଦ୍ଦିନ ମରକଜ୍‌ କାର୍ଯ୍ୟକ୍ରମରେ ମୋଟ ୧,୭୪୬ ଜଣ ଯୋଗଦେଇଥିଲେ। ସେମାନଙ୍କ ମଧ୍ୟରୁ ୨୬୧ ଜଣ ବିଦେଶୀ ନାଗରିକ ବୋଲି ଜଣାପଡ଼ିଛି। ଏହି ବାର୍ଷିକ ସମ୍ମିଳନୀରେ ଇଣ୍ଡୋନେସିଆ, ମାଲେସିଆ, ଥାଇଲାଣ୍ଡ, ନେପାଳ, ମ୍ୟାନ୍‌ମାର, ବାଂଲାଦେଶ, ଶ୍ରୀଲଙ୍କା ଓ କିର୍ଗିଜସ୍ତାନର ମୁସଲମାନମାନେ ସାମିଲ ହୋଇଥିଲେ। ଏହା ପୂର୍ବରୁ ସେମାନେ ଜମ୍ମୁ-କଶ୍ମୀର ଓ ଆନ୍ଧ୍ରପ୍ରଦେଶ ଯାଇ ବିଭିନ୍ନ ସ୍ଥାନ ବୁଲିଥିଲେ। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ଦେହକୁ କୋଭିଡ୍‌-୧୯ ସଂକ୍ରମଣ ହୋଇଥିବା କୁହାଯାଉଛି। ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନେଇ ରାଜନୀତି ଜୋର ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୨୨ ତାରିଖରେ ଦେଶବ୍ୟାପୀ ‘ଜନତା କର୍ଫ୍ୟୁ’ ଡାକରା ଦେଇଥିଲେ। ଏହାର ଦିନକ ପୂର୍ବରୁ ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ନିଜାମୁଦ୍ଦିନ ମରକଜ୍‌ ଧର୍ମସଭା ଆୟୋଜନ କରାଯାଇଥିଲା। ଏହି ସମୟରେ ଅତିରିକ୍ତ ୮୨୪ ଜଣ ବିଦେଶୀ ଭାରତର ବିଭିନ୍ନ ଭାଗରେ ତବଲିଘ (ଚିଲ୍ଲା) ପାଳନ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri