ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ

ବାରିପଦା ଅଫିସ,୨୫।୪- ମୟୂରଭଞ୍ଜ ଜିଲା ଅଧୀନ ଲୋକସଭା ଓ ୭ ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ ବିଜେଡି ପକ୍ଷରୁ ଜିଲା ସାରା ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରାଯାଉଛି। ବାରିପଦା ସହରରେ ଭାଜପା ଲୋକସଭା ପ୍ରାର୍ଥୀ ଇଂ ବିଶେଶ୍ୱର ଟୁଡୁ ଓ ବାରିପଦା ବିଧାନସଭା ପ୍ରାର୍ଥୀ ପ୍ରକାଶ ସୋରେନଙ୍କୁ ସାଙ୍ଗରେ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଅପରାହ୍ନରେ  ରୋଡ ଶୋରେ ସହର ପରିକ୍ରମା କରିଥିଲେ। ତେବେ ଏହି ରୋଡ ଶୋ ବିଜେଡି ଦଳୀୟ କାର୍ଯ୍ୟାଳୟ ତଥା ଏସପିଙ୍କ ବାସଭବନ ନିକଟରେ ପହଞ୍ଚିବା ବେଳକୁ ଉଭୟ ବିଜେଡି ଓ ଭାଜପା ଦଳର କର୍ମୀମାନେ ମୁହାଁ ମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ହୋଇଥିଲା।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଯଶିପୁର ନିର୍ବାଚନ ମଣ୍ଡଳୀର ମହର୍ଦ୍ଧାପଳାସ, ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ଭିତରମୁଣ୍ଡା, ସାରସକଣା ନିର୍ବାଚନ ମଣ୍ଡଳୀର ବିଜାତଳା, ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର କୁଳିଅଣା ଓ ଉଦଳା ନିର୍ବାଚନ ମଣ୍ଡଳୀର ଉଦଳାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ସାଧାରଣ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଭାଜପା ନେତା ଓ କର୍ମୀମାନେ ରୋଡ ଶୋରେ ପ୍ରଚାର କରୁଥିବା ବେଳେ ବିଜେଡି କର୍ମୀଙ୍କ ଏଭଳି ଉଦ୍ଦେଶ୍ୟମୂଳକ ଆଚରଣ ନିହାତି ଭବେ ଅଶୋଭନୀୟ। ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବାରିପଦାରେ ରୋଡ ଶୋ କାର୍ଯ୍ୟକ୍ରମ ରହିଥିବାବେଳେ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ ଶୋ ମଧ୍ୟ ରହିଥିଲା। ଏଣୁ କିଏ କେଉଁ ରାସ୍ତାରେ ଯିବେ ତାହା ଏବଂ ସମୟ ସାରଣୀ ପ୍ରସ୍ତୁତ କରି ଅନୁମତିପ୍ରଦାନ କରିବା କଥା। ହେଲେ ଏଥିରେ ବ୍ୟତିକ୍ରମ ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଖୋଦ ଜିଲା ପୋଲିସ ମୁଖିଆଙ୍କ ବାସଭବନ ନିକଟରେ ଏହି ଘଟଣା ହେବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସହରର ବୁଦ୍ଧିଜୀବୀ ଯଯାତି ମହାନ୍ତ କହିଛନ୍ତି।  ତେବେ ଏହି ଘଟଣାରେ ପୋଲିସ ବିଭାଗ ପକ୍ଷରୁ କାହାରି ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri