Posted inଖେଳ

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା ଲାଗିଛି। ଧାଓ୍ବନ ମଧ୍ୟ ଏଥିରେ ନିରାଶ ହୋଇଛନ୍ତି। ଏଥିପାଇଁ ତାଙ୍କୁ ସବୁଆଡୁ ସମବେଦନାର ସୁଅ ଛୁଟିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଧାଓ୍ବନଙ୍କୁ ସାନ୍ତ୍ୱନା ଦେଇ ଉଲ୍ଲେଖ କରିଛନ୍ତି ଯେ, ‘ପିଚ୍‌ ତୁମକୁ ମିସ୍‌ କରିବ ଓ ଏଥିରେ କୌଣସି ସନ୍ଦେହ ନାହିଁ’। ଗତ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ଅବସରରେ ସେ ଆହତ ହୋଇଥିଲେ। କ୍ରିକେଟ ପଡିଆରେ ଆମେ ତୁମର ଅନୁପସ୍ଥିତି ଅନୁଭବ କରିବୁ। ଖୁବ୍‌ଶ୍ରୀଘ୍ର ସୁସ୍ଥ ହୋଇ ତୁମେ ପୁଣି କ୍ରିକେଟ ଫିଲ୍ଡକୁ ପ୍ରତ୍ୟାବର୍ତ୍ତନ କର ଓ ଦେଶକୁ ଅଧିକରୁ ଅଧିକ ମ୍ୟାଚ୍‌ରେ ବିଜୟୀ କରାଅ ବୋଲି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ଆଉ କୌଣସି ବିଶ୍ୱକପ୍‌ ମ୍ୟାଚ୍‌ ଖେଳିପାରିବେ ନାହିଁ ବୋଲି ଧାଓ୍ବନ ଦେଇଥିବା ମେସେଜକୁ ଊଦ୍ଧୃତ କରି ପ୍ରଧାନମନ୍ତ୍ରୀ ଏହି ଟୁଇଟ୍‌ କରିଛନ୍ତି। ଧାଓ୍ବନଙ୍କ ବଦଳ ଖେଳାଳିଭାବେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ଧାଓ୍ବନଙ୍କୁ ବହୁ ପୂର୍ବତନ ଓ ଏବେକାର କ୍ରିକେଟର ଏଥିପାଇଁ ସାନ୍ତ୍ୱନା ଜଣାଇଛନ୍ତି ଓ ଶୀଘ୍ର ଫିଟ୍‌ ହୋଇ ପୁଣି ପଡିଆକୁ ଫେରିବା ନେଇ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri