Posted inଖେଳ

ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ପରାସ୍ତ

ଥିରୁଭାନନ୍ତପୁରମ, ୫।୯ (ପି.ଟି.)- ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ୪ର୍ଥ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ବରିଷ୍ଠ ଓପନର୍‌ ଶିଖର ଧାଓ୍ବନଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ-ଏ ଦଳ ଭିଜେଡି ପଦ୍ଧତି ୪ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ନିକଟରୁ ପରାସ୍ତ ହୋଇଛି। ସିରିଜରେ ଘରୋଇ ଭାରତ-ଏ’ର ଏହା ପ୍ରଥମ ପରାଜୟ ଥିଲା। ଏହି ପରାଜୟ ସତ୍ତ୍ୱେ ଭାରତ-ଏ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୩-୧ରେ ଅଗ୍ରଣୀ ରହିଛି। ସିରିଜର ଅନ୍ତିମ ତଥା ୫ମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ।
ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ ଟସ୍‌ ଜିତି ଦକ୍ଷିଣ ଆଫ୍ରିକା-ଏ ଦଳ ୨୨ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୧୨୨ ରନ କରିଥିଲା। ଏହି ସମୟରେ ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହେବାରୁ ଏହାକୁ ୨୫ ଓଭରକୁ କମାଇ ଦିଆଯାଇଥିଲା। ବର୍ଷା ଛାଡ଼ିବା ପରେ ଦକ୍ଷିଣ ଆଫ୍ରିକା-ଏ ୨୫ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୧୩୭ ରନ କରିଥିଲା। ଏହାପରେ ଭିଜେଡି ପଦ୍ଧିତିରେ ଭାରତ-ଏ ସମ୍ମୁଖରେ ୨୫ ଓଭରରେ ୧୯୩ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ-ଏ ୭.୪ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୫୬ ରନ କରିଥିବାବେଳେ ପୁଣିଥରେ ବର୍ଷା ହେବାରୁ ଏହାକୁ ରିଜର୍ଭ ଦିବସ ଅର୍ଥାତ୍‌ ଗୁରୁବାରକୁ ଘୁଞ୍ଚାଇ ଦିଆଯାଇଥିଲା। ଗୁରୁବାର ଏହି ଅସମାପ୍ତ ଇନିଂସରୁ ବ୍ୟାଟିଂ ଆରମ୍ଭ କରି ଭାରତ-ଏ ନିର୍ଦ୍ଧାରିତ ୨୫ ଓଭରରେ ୯ ଉଇକେଟ୍‌ ହରାଇ ୧୮୮ ରନ କରିବା ସହ ୪ ରନରେ ପରାସ୍ତ ହୋଇଥିଲା। ଦଳ ପକ୍ଷରୁ ଅଭିଜ୍ଞ ଓପନର୍‌ ଧାଓ୍ବନ ୪୩ ବଲରୁ ୮ ଚୌକା ସହାୟତାରେ ସର୍ବାଧିକ ୫୨ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିଭମ ଦୁବେ ୩୧, ଅଧିନାୟକ ଶ୍ରେୟାସ ଆୟାର ୨୬ ଓ ପ୍ରଶାନ୍ତ ଚୋପ୍ରା ୨୬ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ଏନ୍‌ରିଚ୍‌ ନର୍ଟେଜ ଓ ମାର୍କୋ ଜନସନ ୩ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଉଲ୍ଲେଖଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଡକ୍‌ଓ୍ବର୍ଥ ଲୁଇସ୍‌ ପଦ୍ଧତି ଭଳି ଭାରତର ଘରୋଇ କ୍ରିକେଟ୍‌ରେ ଭିଜେଡି ପଦ୍ଧତି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ବ୍ୟବହାର କରାଯାଇଥିଲା। ଭାରତୀୟ ଇଞ୍ଜିନିୟର ଭି. ଜୟଦେବନ ଏହାକୁ ଆବିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri