Posted inଖେଳ

ଧାଓ୍ବନଙ୍କ ଭାବବିହ୍ବଳ ଟୁଇଟ୍‌

ସାଉଥାମ୍ପ୍‌ଟନ,୨୦।୬:ଭାରତୀୟ ଦଳର ଓପନର୍‌ ଶିଖର ଧାଓ୍ବନ ଚଳିତ ବିଶ୍ୱକପରୁ ବାଦ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ବିଶ୍ୱକପରେ ବାକି ମ୍ୟାଚ୍‌ ଖେଳିପାରିବେ ନାହିଁ। ବିଶ୍ୱକପରୁ ବାଦ୍‌ ହେବା ପରେ ଟୁଇଟରରେ ଏକ ଭାବବିହ୍ବଳ ସନ୍ଦେଶ ଦେଇଛନ୍ତି। ସେ କହିଛନ୍ତି,ଆଘାତ ସମସ୍ୟାରେ ଆଶାନୁରୂପ ସୁଧାର ନ ଆସିବାରୁ ଓ ସମ୍ପୂର୍ଣ୍ଣ ଫିଟ ହେବାର କୌଣସି ସମ୍ଭାବନା ନ ଥିବାରୁ ଚଳିତ ବିଶ୍ୱକପରେ ଆଉ ଭାଗ ନେଇପାରିବି ନାହିଁ। କିନ୍ତୁ ଭାରତୀୟ ଦଳର ଜବରଦସ୍ତ ପ୍ରଦର୍ଶନ ଜାରି ରହିବ। ଫ୍ୟାନ୍‌ମାନଙ୍କ ଭଲ ପାଇବା, ଦଳର ଉତ୍ସାହ ପାଇଁ ସେମାନଙ୍କ ଧନ୍ୟବାଦ ଜଣାଇଛନ୍ତି ଧାଓ୍ବନ। ସୂଚନାଯୋଗ୍ୟ, ୩୩ ବର୍ଷୀୟ ଧାଓ୍ବନ ଗତ ୯ ତାରିଖରେ ଲଣ୍ଡନରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବାମହାତ ବୁଢ଼ାଆଙ୍ଗୁଠିରେ ଆଘାତ ପାଇଥିଲେ। ଫଳରେ ତାଙ୍କୁ ସେତେବେଳେ ୧୬ ତାରିଖରେ ଖେଳାଯାଇଥିବା ପାକିସ୍ତାନ, ୨୨ ତାରିଖରେ ଖେଳାଯିବାକୁ ଥିବା ଆଫଗାନିସ୍ତାନ ଓ ୨୭ ତାରିଖରେ ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରୁ ବାଦ ଦିଆଯାଇଥିଲା। ଧାଓ୍ବନଙ୍କ ବଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri