Posted inଖେଳ

ଧାଓ୍ବନ ଆହତ, ଫେରିଲେ ସାମସନ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ଭାରତୀୟ ଦଳର ନିୟମିତ ଓପନର ଶିଖର ଧାଓ୍ବନ
ଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ମହାରାଷ୍ଟ୍ର ବିପକ୍ଷ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟବେଳେ ଧାଓ୍ବନଙ୍କ ବାମ ଗୋଡ଼ରେ ଗଭିର କଟ୍‌ ଲାଗିଥିବା ବିସିସିଆଇ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ବିସିସିଆଇର ମେଡିକାଲ ଦଳ ଧାଓ୍ବନଙ୍କ ଆହତ ସମସ୍ୟାର ଯାଞ୍ଚ କରିଥିଲା। ଷ୍ଟିଚ୍‌ ଖୋଲ ହେବା ପୂର୍ବରୁ ତାଙ୍କୁ ଆହୁରି ବିଶ୍ରାମ ନେବାକୁ ଡାକ୍ତର ପରାମର୍ଶ ଦେଇଥିବା କୁହାଯାଇଛି। ଏଣୁ ଜାତୀୟ ଚୟନ କମିଟି ତାଙ୍କ ବଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସମାସନଙ୍କୁ ସୁଯୋଗ ଦେଇଛି। ଗତ ବାଂଲାଦେଶ ବିପକ୍ଷ ସିରିଜ୍‌ରେ ତାଙ୍କୁ ଦଳରେ ସାମିଲ କରାଯାଇଥିଲା। ହେଲେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇ ନ ଥିଲେ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆସନ୍ତା ୬ ତାରିଖରେ ହାଇଦ୍ରାବାଦଠାରେ ଅନୁଷ୍ଠିତ ହେବ। ପରବର୍ତ୍ତୀ ଦୁଇ ମ୍ୟାଚ୍‌ ଥିରୁଭାନନ୍ତପୁରମ (ଡିସେମ୍ବର ୮) ଓ ମୁମ୍ବାଇ (ଡିସେମ୍ବର ୧୧)ରେ ଖେଳାଯିବାର ଅଛି। ସାମସନଙ୍କୁ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ନ ଦେଇ ଦଳରୁ ବିଦା କରିବା ଲାଗି ଚୟନ କମିଟିକୁ ବହୁ ପୂର୍ବତନ ଖେଳାଳି ସମାଲୋଚନା କରିଥିଲେ। ୩୩ ବର୍ଷୀୟ ଧାଓ୍ବନ ଦିନିକିଆ ସିରିଜ୍‌ ପୂର୍ବରୁ ଫିଟ୍‌ ହୋଇଯିବେ ବୋଲି ଆଶା କରାଯାଉଛି। କିନ୍ତୁ ସେ ଏବେ ଖରାପ ଫର୍ମ ଯୋଗୁ ଚାପରେ ଅଛନ୍ତି। ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ସେ ମୋଟ ୯୧ ରନ୍‌ କରିଥିଲେ। ଚଳିତ ସୟଦ ମୁସ୍ତାକ ଅଲି ପ୍ରତିଯୋଗିତାରେ ମଧ୍ୟ ସେ ଭଲ ପ୍ରଦର୍ଶନ କରିପାରି ନାହାନ୍ତି। ଉଲ୍ଲେଖଥାଉ କି, ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ସିରିଜ୍‌ର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ୨୨ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ।

ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପ ଅଧିନାୟକ), ଲୋକେଶ ରାହୁଲ, ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ରିଷଭ ପନ୍ତ(ଉଇକେଟକିପର), ଶିବମ ଦୁବେ, ଓ୍ବଶିଂଟନ ସୁନ୍ଦର, ରବୀନ୍ଦର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଦୀପକ ଚହର, ମହମ୍ମଦ ଶାମି, ଭୁବନେଶ୍ୱର କୁମାର ଓ ସଞ୍ଜୁ ସାମସନ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri