ଧାନକିଣାକୁ କେନ୍ଦ୍ର କରି ସମବାୟ ସମିତି ସମ୍ମୁଖରେ ଧାରଣା

ଜଳେଶ୍ୱର,୧।୧(ସ୍ବ.ପ୍ର): ଜଳେଶ୍ୱର ସ୍ଥିତ ଭଦ୍ରକ-ବାଲେଶ୍ୱର କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଚାଫଲା ସେବା ସମବାୟ ସମିତିରେ ବିବାଦ ଦେଖାଦେବାରୁ ଧାରଣା ଦିଆଯାଇଥିଲା। ଫଳରେ ଧାନ କ୍ରୟ ଲାଗି ନାମ ପଞ୍ଜୀକରଣ ନେଇ ଅସନ୍ତୋଷ ଚରମ ସୀମାରେ ପହଞ୍ଚତ୍ଛି। ଏହି ସମବାୟ ସମିତି ଅଧୀନରେ ଥିବା ୯ଟି ଗ୍ରାମର ୨୬୩ଜଣ ଚାଷୀଥିବା ବେଳେ ୬୮ଜଣ ଚାଷୀଙ୍କ ନାମ ଧାନକ୍ରୟ ଲାଗି ପଞ୍ଜୀକରଣ ହୋଇଛି। ତେଣୁ ଧାନବିକ୍ରି କରି ନ ପାରି ଚାଷୀମାନେ ହଇରାଣ ହେଉଥିବାବେଳେ ସମ୍ପାଦକଙ୍କୁ ବୋର୍ଡ ଦାୟୀ କରିଛି। ଫଳରେ ଗତ ମଙ୍ଗଳବାର ବୋର୍ଡ ସଭାପତି ରବୀନ୍ଦ୍ର ପାତ୍ର, ମନୋରଞ୍ଜନ ଜେନା, ମୃତ୍ୟୁଞ୍ଜୟ ଭୂୟାଁ, ଅନନ୍ଦ ପାତ୍ର, ମୂରଲୀ ଗିରି ପ୍ରମୁଖଙ୍କ ନେତୃତ୍ୱରେ ସେବା ସମବାୟ ସମିତି ସମ୍ମୁଖରେ ଧାରଣା ଦିଆଯାଇଥିଲା। ପ୍ରତି କୁଇଣ୍ଟାଲକୁ ୫/୬ କେଜି ଧାନ ଓଜନରେ କମ୍‌ ନିଆଯାଉ ଥିବାରୁ ଚାଷୀମାନଙ୍କ ପକ୍ଷରୁ ବିରୋଧ କରାଯାଇ ଆସୁଛି। ଧାରଣା ଆରମ୍ଭ ହେବାର କିଛି ସମୟପରେ ବାଲେଶ୍ୱରର ଡେପୁଟି ରେଜିଷ୍ଟାର ପ୍ରଶାନ୍ତ କୁମାର ମହାନ୍ତି, ଏସ୍‌ଏଆର୍‌ ବିଜୟ କୁମାର ରାଉଳ, ଜଳେଶ୍ୱର ବ୍ୟାଙ୍କର ସୁପରଭାଇଜର ଅଜୟ କୁମାର କର ଓ ନିରଞ୍ଜନ ଦାସ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ଫଳରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri