ଧାନତଳି ନଷ୍ଟ କଲେ ହାତୀ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧୩।୭(ଡି.ଏନ.ଏ.) -ଭଞ୍ଜନଗର ଉତ୍ତରଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ିରେ ଗୁରୁବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀମାନେ ଗ୍ରାମ ମୁଣ୍ଡକୁ ଆସି ବିଭିନ୍ନ ଲୋକଙ୍କ ଧାନ ତଳି ନଷ୍ଟ କରିଛନ୍ତ, ଯାହାକୁ ନେଇ ଚାଷୀମାନେ ଏବେ ଚିନ୍ତାରେ। ବନ ବିଭାଗ କର୍ମଚାରୀ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପହଞ୍ଚତ୍ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ।
ଗୁରୁବାର ବିଳମ୍ବିତ ରାତିରେ ୧୨ଟି ହାତୀ ଗୁଣ୍ଡିରିବାଡ଼ି ଜଙ୍ଗଲରୁ ବାହାରି ଗ୍ରାମ ନିକଟରେ ଥିବା ଗୁଣ୍ଡିରିବାଡ଼ିର ତୀର୍ଥ ପ୍ରଧାନ, ଦିଲୀପ ପ୍ରଧାନ, ପ୍ରଦୀପ କୁମାର ପ୍ରଧାନ, ସୁବାସ ଚନ୍ଦ୍ର ପ୍ରଧାନ, ଅନ୍ତର୍ଯ୍ୟାମୀ ରଣା, ବିରଞ୍ଚତ୍ ପ୍ରଧାନ, ସୁରେନ୍ଦ୍ର ପ୍ରଧାନ, ଉପେନ୍ଦ୍ର ଭଞ୍ଜ ପ୍ରଧାନ, ଗିରିଧାରୀ ରାଉତ, ବାଇନାଥ ଦିହୁଡ଼ି, ଭିକାରୀ ସେନାପତି, ଅଭି ସେନାପତି, ପ୍ରଭାସିନୀ ସେନାପତି, ବିଜୟ ସେନାପତି, କାଳୁ ପ୍ରଧାନ, ସରୋଜ କୁମାର ପ୍ରଧାନ, ରମେଶ ଦୀକ୍ଷିତ, ହରି ପରିଚ୍ଛା, ଖଣ୍ଡିକୋଟିର ମୋଚି ପ୍ରଧାନ ପ୍ରମୁଖଙ୍କ ଜମିର ଧାନ ତଳି ନଷ୍ଟ କରିଛନ୍ତି। ଧାନ ତଳି ବଡ଼ ହୋଇଯାଇଥିବା ଯୋଗୁ ଚାଷୀମାନେ ଜମି ପାଗହେଲେ ତଳି ରୋଇବା ଆରମ୍ଭ କରିଥାନ୍ତେ। ଏହାପୂର୍ବରୁ ହାତୀ ଆସି ତଳି ନଷ୍ଟ କରିଛନ୍ତି। ତଳି କେଉଁଠୁ ଆଣିବେ ସେ ନେଇ ଚାଷୀମାନେ ଚିନ୍ତାରେ ଅଛନ୍ତି। ହାତୀମାନେ ପୁଣି ଆସି ତଳି ଖାଇବା ସମ୍ଭାବନା ଥିବାରୁ ଗ୍ରାମବାସୀ ବଳକା ତଳି ବଞ୍ଚାଇବା ପାଇଁ ଶନିବାର ରାତିରୁ ପାଳି କରି ଜଗିବାକୁ ନିଷ୍ପତ୍ତି ନେଇଛନ୍ତି। ଅପରପେକ୍ଷ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରଙ୍କ ପକ୍ଷରୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାପାଇଁ ଦାବି ହୋଇଛି। ଅପରପକ୍ଷେ ଏ ନେଇ ଏସିଏଫ୍‌ ସୁଦର୍ଶନ ବାଦୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ଆଇନ ଅନୁଯାୟୀ ଯାହା ସରକାରୀ ସୁବିଧା ଅଛି ଚାଷୀଙ୍କୁ ଯୋଗାଇ ଦିଆଯିବ। ହାତୀ ଆସିଥିବା ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଫସଲ ସୁରକ୍ଷା ସହ ହାତୀ ସୁରକ୍ଷିତ କିଭଳି ହୋଇପାରିବ ସେଥିପ୍ରତି ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri