ଗରା,ବାଲ୍‌ଟି ଧରି ବିକ୍ଷୋଭ କଲେ ଗ୍ରାମବାସୀ

ଉଦଳା,୫ା୬(ଡି.ଏନ୍‌.ଏ.)- ଜଳକଷ୍ଟ ସମସ୍ୟା ନେଇ ମୟୂରଭଞ୍ଜ ଜିଲା ଉଦଳା ଏନଏସି ଅଧୀନ ମେଣ୍ଢାଖାଇ ଗ୍ରାମବାସୀ ଶୁକ୍ରବାର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଗ୍ରାମର ଶତାଧିକ ମହିଳା ପୁରୁଷ ହାତରେ ଗରା ଓ ବାଲ୍‌ଟି ଧରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ପାଣି ଯୋଗାଇ ଦିଅ ବୋଲି ଦାବି ଧରି ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦେଇଥିଲେ। ତୁରନ୍ତ ପାଣି ଯୋଗାଇ ନ ଦେଲେ ଆଗାମୀ ଦିନରେ ଆନ୍ଦୋଳନ ବ୍ୟାପକ ହେବ ବୋଲି ଗ୍ରାମର ଦୀପକ ବେହେରା, ମୀନା ବେହେରା ଚେତାବନୀ ଦେଇଛନ୍ତି ା ଖବର ପାଇ ଉଦଳା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲା। ପରେ ଉପଜିଲାପାଳ ଭଗବାନ ବେହେରା ପହଞ୍ଚତ୍ ବିକ୍ଷୋଭକାରୀଙ୍କ ସହିତ ଆଲୋଚନା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଏ ସମ୍ପର୍କରେ ଉପଜିଲାପାଳଙ୍କୁ ପଚାରିବାରୁ ଉକ୍ତ ଗ୍ରାମବାସୀ ୨ ଦିନ ପୂର୍ବରୁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିବା ବେଳେ ପାଣି ଯୋଗାଇ ଦେବା ନିମନ୍ତେ କାର୍ଯ୍ୟ ଆରମ୍ଭ ହୋଇଛି ା ତେବେ କୌଣସି ବିବାଦକୁ ନେଇ ଏହା ଅଟକି ରହିଥିବା ବେଳେ ଖୁବଶୀଘ୍ର ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି ା ଉଲ୍ଲେଖଯୋଗ୍ୟ ଯେ, ଏହି ଗ୍ରାମରେ ୫୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିତ୍ବା ବେଳେ ପାନୀୟ ଜଳ ସମସ୍ୟା ନେଇ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?