ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ସୋମବାର ଜୟ କିସାନ ଆନ୍ଦୋଳନ ନେତୃତ୍ୱରେ ବରଗଡ଼ ଜିଲା ସୋହେଲା ବ୍ଲକ ସରକଣ୍ଡା ଅଞ୍ଚଳର ଚାଷୀମାନେ ବରଗଡ଼ ଜିଲା ଯୋଗାଣ ଅଧିକାରୀ ଦୁର୍ଗାଚରଣ ଭେସ୍ରାଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ସେମାନେ ସିଏସ୍‌ଓ ଭେସ୍ରାଙ୍କୁ ଟୋକନକୁ ନେଇ ଚାଷୀଙ୍କ ଏକ ତାଲିକା ମଧ୍ୟ ପ୍ରଦାନ କରିଥିଲେ । ଯେଉଁ ଚାଷୀଙ୍କ ଟୋକନ ଆସିନାହିଁ, ସେମାନଙ୍କୁ ତାହା ତୁରନ୍ତ ଯୋଗାଇ ଦେବା ପାଇଁ ଚାଷୀମାନେ ଦାବି କରିଛନ୍ତି । ବହୁ କମ୍‌ ସଂଖ୍ୟକ ଚାଷୀଙ୍କ ଟୋକନ ଆସିଥିବାବେଳେ ଅନେକ ଚାଷୀଙ୍କ ଅମଳ ଧାନ କ୍ଷେତ ଓ ଖଳାରେ ପଡ଼ି ରହିଛି । ମାତ୍ର ଟୋକନ ମିଳି ନ ଥିବାରୁ ସେମାନେ ଧାନ ବିକ୍ରି କରି ପାରୁ ନାହାନ୍ତି । ଫଳରେ ତୁରନ୍ତ ଚାଷୀଙ୍କୁ ଟୋକନ ଯୋଗାଇ ନ ଦେଲେ ଜୟ କିସାନ ଆନ୍ଦୋଳନ ନେତୃତ୍ୱରେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି । ଜୟ କିସାନ ଆନ୍ଦୋଳନର ସୁଶୀଲ କୁମାର ସାହୁ, ହର ବଣିଆଙ୍କ ନେତୃତ୍ୱରେ ଚାଷୀମାନେ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri