ଧାନବିକ୍ରି ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୫ଦିନ ବିତିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ଚାଷୀମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି । କେତେକ ଚାଷୀଙ୍କୁ ଟୋକନ ମିଳି ନଥିବା ଯୋଗୁ ଧାନବିକ୍ରିରୁ ସେମାନେ ବଞ୍ଚିତ ହୋଇଥିବାବେଳେ କରୋନା ମୁକାବିଲା ସମୟାରେ ଚକ୍ଷୁ ସ୍କାନିଂକୁ ଚାଷୀମାନେ ସହଜରେ ଗ୍ରହଣ କରି ପାରୁନାହାନ୍ତି। ଏଭଳି ସମସ୍ୟାର ସମାଧାନ ପାଇଁ ବୁଧବାର ଚାଷୀ ସଂଗଠନ ଜୟ କିସାନ୍‌ ଆନ୍ଦୋଳନର ନେତୃତ୍ୱରେ ବରଗଡ଼ ଜିଲା ସୋହେଲା ବ୍ଲକ ସରକଣ୍ଡା ଅଞ୍ଚଳର ଚାଷୀମାନେ ବରଗଡ଼ ଜିଲା ଯୋଗାଣ ଅଧିକାରୀ(ସିଏସଓ)ଙ୍କୁ ଭେଟିଥିଲେ। ଏ ନେଇ ସିଏସଓ ଦୁର୍ଗାଚରଣ ଭେସ୍ରାଙ୍କୁ ସେମାନେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ସରକଣ୍ଡା ଅଞ୍ଚଳର ଚାଷୀଙ୍କ ପାଇଁ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଅଢ଼େଇ ଏକର ଜମିର ଧାନବିକ୍ରିର ନିର୍ଦ୍ଦେଶ ରହିଥିବାବେଳେ ଅନେକ ଚାଷୀଙ୍କ ପାଇଁ ତାହା ଅଧ ଏକରରୁ ଦେଢ଼ ଏକର ପଯର୍‌ୟନ୍ତ ଉଲ୍ଲେଖିତ ରହିଥିବା ଅଭିଯୋଗ ହୋଇଛି। ସେହିପରି ଅନେକ ଚାଷୀଙ୍କ ପାଖକୁ ଏପର୍ଯ୍ୟନ୍ତ ପରିଚୟପତ୍ର ପହଞ୍ଚି ନଥିବାବେଳେ ଚାଷୀଙ୍କୁ ବସ୍ତା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଏହା ସହିତ କରୋନା ସଂକ୍ରମଣ ପ୍ରତିହତକୁ ଗୁରୁତ୍ୱ ଦିଆଯାଉ ଥିବାବେଳେ ସାମ୍ପ୍ରତିକ ସ୍ଥିତିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚକ୍ଷୁ ସ୍କାନିଂ ବଦଳରେ ଆଧାର କାର୍ଡ଼କୁ ଦେଖି ଧାନ କିଣାଯିବାକୁ ଚାଷୀମାନେ ଦାବି କରିଛନ୍ତି । ସ୍ମାରକପତ୍ର ପ୍ରଦାନ ସମୟରେ ଜୟ କିଶାନ ଆନ୍ଦୋଳନର ଚାଷୀନେତା ସୁଶିଲ କୁମାର ସାହୁ, ହର ବଣିଆ, ବିଶ୍ୱ ସା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri