ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ ସନ୍ତୋଷ କୁମାର ପଣ୍ଡା ଗୁରୁତର ଆହତ ହୋଇଛନ୍ତି। ବହୁ ଚାଷୀ ଅଳ୍ପକେ ରକ୍ଷାପାଇଯାଇଛନ୍ତି। ଏହି ବିପଦପୂର୍ଣ୍ଣ ଶୁଖିଲା ତେନ୍ତୁଳି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ସ୍ଥାନୀୟ ପ୍ରଶାସନକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି।
ଚାଷୀ ସନ୍ତୋଷ କୁମାରଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଚିକିତ୍ସା ପାଇଁ ସୋର ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତୁରନ୍ତ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବଡପୋଖରୀ ପଞ୍ଚାୟତର ସମିତିସଭ୍ୟ ଅରୁଣ କୁମାର ବେହେରା ସମିତି ନିକଟରେ ଥିବା ଏହି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଗଛକୁ ହଟାଇବା ପାଇଁ ପ୍ରଶାସନଠାରେ ଲିଖିତ ଭାବେ ଜଣାଇଥିବା କହିଛନ୍ତି। ସମିତିର ସମ୍ପାଦକ ବଟକୃଷ୍ଣ ଦାସ ଏହି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ସ୍ଥାନୀୟ ତହସିଲଦାର ପିତାମ୍ବର ଭୋଇ ଏହାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ା
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


