ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ ସନ୍ତୋଷ କୁମାର ପଣ୍ଡା ଗୁରୁତର ଆହତ ହୋଇଛନ୍ତି। ବହୁ ଚାଷୀ ଅଳ୍ପକେ ରକ୍ଷାପାଇଯାଇଛନ୍ତି। ଏହି ବିପଦପୂର୍ଣ୍ଣ ଶୁଖିଲା ତେନ୍ତୁଳି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ସ୍ଥାନୀୟ ପ୍ରଶାସନକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି।
ଚାଷୀ ସନ୍ତୋଷ କୁମାରଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଚିକିତ୍ସା ପାଇଁ ସୋର ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତୁରନ୍ତ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବଡପୋଖରୀ ପଞ୍ଚାୟତର ସମିତିସଭ୍ୟ ଅରୁଣ କୁମାର ବେହେରା ସମିତି ନିକଟରେ ଥିବା ଏହି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଗଛକୁ ହଟାଇବା ପାଇଁ ପ୍ରଶାସନଠାରେ ଲିଖିତ ଭାବେ ଜଣାଇଥିବା କହିଛନ୍ତି। ସମିତିର ସମ୍ପାଦକ ବଟକୃଷ୍ଣ ଦାସ ଏହି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ସ୍ଥାନୀୟ ତହସିଲଦାର ପିତାମ୍ବର ଭୋଇ ଏହାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ା
ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା
ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…
୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…
ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…
କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ
ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…
ଦୁଇ ବାଇକ୍ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…
ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…
ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍, ୩ଟି ବହୁତଳ କୋଠା ଠାବ
ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍ ଠାବ ହୋଇଥିବା ସୂଚନା ମିଳିଛି। ଏହା…
ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

