Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ ନିର୍ବାଚନ ପାଇଁ ପ୍ରସ୍ତାବ ଦେଇଥିବାବେଳେ ବୁଧବାର ଏସଂକ୍ରାନ୍ତରେ ସହମତି ଲାଗି ଏକ ସର୍ବଦଳୀୟ ବୈଠକ ଡାକିଥିଲେ। ଏଥିରେ କଂଗ୍ରେସ ସମେତ ୭ ବିରୋଧୀ ଦଳ ଯୋଗଦେଇନାହାନ୍ତି। ଏପରି କି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ଅଂଶୀଦାର ଶିବସେନା ମଧ୍ୟ ବୈଠକକୁ ବର୍ଜନ କରିଛି।
ସଭା ହେଉ କି ରାଜ୍ୟ ସଭାରେ ଯେଉଁ ଦଳର ଜଣେ ବି ଏମ୍‌ପି ଅଛନ୍ତି, ସେପରି ସବୁ ଦଳର ଅଧ୍ୟକ୍ଷଙ୍କୁ ‘ଗୋଟିଏ ଦେଶ ଏକ ନିର୍ବାଚନ’ ଲାଗି ଆଲୋଚନା ସକାଶେ ପ୍ରଧାନମନ୍ତ୍ରୀ ମୋଦି ଡାକିଥିଲେ। ପାର୍ଲାମେଣ୍ଟର ଲାଇବ୍ରେରୀ ବିଲ୍ଡିଂରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି), ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସ୍‌ପି), ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି (ଏସ୍‌ପି), ଏମ୍‌.କେ. ଷ୍ଟାଲିନ୍‌ଙ୍କ ନେତୃତ୍ୱାଧୀନ ଡିଏମ୍‌କେ, ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)ର କୌଣସି ନେତା ଯୋଗଦେଇ ନ ଥିଲେ। ବାମଦଳଗୁଡ଼ିକ ଏଥିରେ ଯୋଗଦେଇଥିବାବେଳେ ଉକ୍ତ ପ୍ରସ୍ତାବକୁ ବିରୋଧ କରିଥିଲେ। ସିପିଆଇଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ କହିଥିଲେ, ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକ ପାଇଁ ଏକସଙ୍ଗେ ନିର୍ବାଚନ କରାଇବା ହେଉଛି ମୌଳିକଭାବେ ସଂଘୀୟ ବ୍ୟବସ୍ଥା ତଥା ସମ୍ବିଧାନ ବିରୋଧୀ ଏବଂ ଅଗଣତାନ୍ତ୍ରିକ। ସେହିପରି ସିପିଆଇର ଡି. ରାଜା ମଧ୍ୟ ଏହାକୁ ବିରୋଧ କରିଥିଲେ। କଂଗ୍ରେସ ଏହି ପ୍ରସଙ୍ଗରେ ଅନ୍ୟ ବିରୋଧୀ ଦଳଗୁଡ଼ିକ ସହ ପରାମର୍ଶ କରିବା ପରେ ବୈଠକରୁ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଥିଲା। ସେହିପରି ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌) ପ୍ରସଙ୍ଗରେ ସର୍ବଦଳୀୟ ବୈଠକ ଡକାଯାଇଥିଲେ, ସେଥିରେ ଯୋଗଦେଇଥାନ୍ତେ ବୋଲି ବିଏସ୍‌ପି ସୁପ୍ରିମୋ ମାୟାବତୀ ଟୁଇଟ୍‌ କରିଛନ୍ତି। ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ଏଥିରେ ଯୋଗଦେଇ ନ ଥିବାବେଳେ ତାଙ୍କ ଦଳରୁ ପ୍ରତିନିଧି ପଠାଯାଇଥିବା ଜଣାପଡ଼ିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୈଠକରେ ଯୋଗଦେବା ଲାଗି ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହାସହ ଏହି ପ୍ରସଙ୍ଗରେ ବିଚାରବିମର୍ଶ ପାଇଁ କେନ୍ଦ୍ର ସରକାର ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେ ଦାବି କରିଥିଲେ। ୟୁପିଏର ଅଂଶୀଦାର ଦଳଗୁଡ଼ିକ ମଙ୍ଗଳବାର ସନ୍ଧ୍ୟାରେ ପାର୍ଲାମେଣ୍ଟରେ ଏକ ବୈଠକ କରି ଏହି ପ୍ରସଙ୍ଗରେ ଆଲୋଚନା କରିଥିଲେ। ଚୂଡ଼ାନ୍ତ ନିଷ୍ପତ୍ତି ନେବା ପୂର୍ବରୁ ସମଭାବାପନ୍ନ ଦଳଗୁଡ଼ିକ ସହ ଆଲୋଚନା କରିବାକୁ ସହମତ ହୋଇଥିଲେ।
କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ଅମିତ୍‌ ଶାହ, ନୀତିନ ଗଡ଼କରୀ, ପ୍ରହ୍ଲାଦ ଜୋଷୀ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେଇଥିବାବେଳେ ଶିବସେନାକୁ ବାଦ୍‌ଦେଲେ ଏନ୍‌ଡିଏର ଅନ୍ୟ ଅଂଶୀଦାର ଦଳଗୁଡ଼ିକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri