ଧାନର ଏମ୍‌ଏସ୍‌ପି ୧୮୧୫ଟଙ୍କାକୁ ବୃଦ୍ଧି; ୧୪ଖରିଫ ଫସଲର ସହାୟକ ମୂଲ୍ୟ ବଢ଼ିଲା

ନୂଆଦିଲ୍ଲୀ,୪-୭: କେନ୍ଦ୍ର ସରକାର ବୁଧବାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ଧାନ ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ଧାନର ଏମ୍‌ଏସ୍‌ପି ୩.୭% ବୃଦ୍ଧି କରାଯାଇ କ୍ୱିଣ୍ଟାଲ ପିଛା ୧୮୧୫ ଟଙ୍କା କରାଯାଇଛି। ୨୦୧୮-୧୯ରେ ସାମାନ୍ୟ ଧାନର ମୂଲ୍ୟ ୧୭୫୦ ଟଙ୍କା ଥିଲା। ସେହିପରି ଗ୍ରେଡ୍‌ ଏ ଧାନର ମୂଲ୍ୟକୁ ୧୭୭୦ରୁ ୧୮୩୫ ଟଙ୍କା, ଜ୍ୱାର(ଶଙ୍କର) ମୂଲ୍ୟ ୨୪୩୦ ଟଙ୍କାର ୨୫୫୦ ଟଙ୍କା, ଜ୍ୱାର(ମାଲଡଣ୍ଡି)ର ମୂଲ୍ୟ ୨୪୫୦ ଟଙ୍କାରୁ ୨୫୭୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଅନୁରୂପ ଭାବେ ବାଜରା ମୂଲ୍ୟ ୧୯୫୦ ଟଙ୍କାରୁ ୨୦୦୦ ଟଙ୍କା, ରାଗି ୨୮୯୭ଟଙ୍କାରୁ ୩୧୫୦ ଟଙ୍କା, ମକ୍କା ୧୭୦୦ ଟଙ୍କାରୁ ୧୭୬୦ ଟଙ୍କା, ହରଡ ୫୬୭୫ ଟଙ୍କାରୁ ୫୮୦୦ ଟଙ୍କା, ମୁଗ ୬୯୭୫ ଟଙ୍କାରୁ ୭୦୫୦ ଟଙ୍କା, ବିରି ୫୬୦୦ ଟଙ୍କାର ୫୭୦୦ ଟଙ୍କା, ଚିନାବାଦାମ ୪୮୯୦ ଟଙ୍କାରୁ ୫୦୯୦ ଟଙ୍କା, ସୂର୍ଯ୍ୟମୁଖୀ ମଞ୍ଜି ୫୩୮୮ ଟଙ୍କାରୁ ୫୬୫୦ ଟଙ୍କା, ସୋୟାବିନ ୩୩୯୯ ଟଙ୍କାରୁ ୩୭୧୦ ଟଙ୍କା, ଖସା ୬୨୪୯ ଟଙ୍କାର ୬୪୮୫ ଟଙ୍କା,ନିଗର ସିଡ୍‌ ୫୮୭୭ ଟଙ୍କାରୁ ୫୯୪୦ ଟଙ୍କା, କପା(ମଧ୍ୟମ) ୫୧୫୦ ଟଙ୍କାରୁ ୫୨୫୫ ଟଙ୍କା ଏବଂ କପା(ଲମ୍ବା) ୫୪୫୦ ଟଙ୍କାରୁ ୫୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟିରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନ ବେଳେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି ବୋଲି ତୋମର କହିଛନ୍ତି। ଏବେ ଲଗାଣର ଦେଢ଼ ଗୁଣା ଅଥବା ତତୋଧିକ ଏମ୍‌ଏସ୍‌ପି ଚାଷୀଙ୍କୁ ମିଳିବ। କୃଷକଙ୍କୁ ସେମାନଙ୍କ ଫସଲର ଉଚିତ୍‌ ମୂଲ୍ୟ ମିଳୁ ଏଥିପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଅନ୍ୟପକ୍ଷରେ କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ହରସିମରନ କୌର ଫସଲର ଏମ୍‌ଏସ୍‌ପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri