ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ ଚାଷୀ ଧାନ ଅମଳ କରି ନ ପାରି ଚିନ୍ତିତ ହୋଇ ପଡ଼ିଛି । ଏହି କ୍ରମରେ ଶୁକ୍ରବାର ଓଡ଼ିଶା ରାଜ୍ୟ କୃଷକ ସଂଗଠନ ତଥା ବରଗଡ଼, ଅତାବିରା ଅଞ୍ଚଳର ଏକ ଚାଷୀ ପ୍ରତିନିଧି ଦଳ ଜିଲାପାଳ ଅଫିସ ଆସିଥିଲେ । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ ସହିତ ନିଜ ସମସ୍ୟା ଉପରେ ଜିଲାପାଳଙ୍କୁ ଅବଗତ କରିବେ ବୋଲି ସେମାନେ ମନରେ ଆଶା ବାନ୍ଧିଥିଲେ । ମାତ୍ର ଜିଲାପାଳଙ୍କ ଚ୍ୟାମ୍ବରକୁ କେବଳ ଜଣକୁ ପ୍ରବେଶ ପାଇଁ କୁହାଯାଇଥିଲା । ଫଳରେ ଚାଷୀମାନେ ଜିଲାପାଳଙ୍କ ଅଫିସଙ୍କ ଚ୍ୟାମ୍ବରକୁ ଆଉ ନ ଯାଇ ତାଙ୍କ ବ୍ୟକ୍ତିଗତ ସହାୟକ(ପିଏ)ଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ । ସ୍ମାରକପତ୍ରରେ ସେମାନେ ଉଲ୍ଲେଖିତ କରିଛନ୍ତି, ଲକ୍‌ ଡାଉନ ଯୋଗୁ ଜିଲା ବାହାର ଶ୍ରମିକ କିମ୍ବା ହାର୍ଭେଷ୍ଟର ଡ୍ରାଇଭର ଏଠାକୁ ଆସି ପାରୁ ନାହାନ୍ତି । ପଳରେ ଧାନ ଅମଳ କାର୍ଯ୍ୟ ହୋଇପାରୁ ନାହିଁ । ଅନ୍ୟପଟେ ଜିଲାରେ ଅନେକ ଶ୍ରମିକ ପଞ୍ଜିକୃତ ହୋଇଛନ୍ତି । ଫଳରେ ସେହି ଶ୍ରମିକମାନଙ୍କୁ ଧାନ ଅମଳ କାର୍ଯ୍ୟରେ ନିୟୋଜନ କରାଯାଉ ବୋଲି ସ୍ମାରକପତ୍ରରେ ଦାବି ଉପସ୍ଥାପନ କରାଯାଇଛି । ଚାଷୀ ସଂଗଠନର ଲକ୍ଷ୍ମଣ ପ୍ରଧାନ, ଏକାଦଶିଆ ସାହୁ, କିଶୋର ଦେବତା, ସୁରେଶ ନେକାଣ୍ଟି, ତରଣୀ ସାହୁ ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିବାକୁ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri