ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ ବିଲ ଓ ଖଳାରେ ରଖିଥିବା ଅମଳ ହେବା ପାଇଁ ଥିବା ପାଚିଲା ଧାନ ନଷ୍ଟ ହେବାର ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। କିଛିଦିନ ତଳେ ଧାନ ପାଚିବା ସମୟରେ ବାତ୍ୟା ବୁଲ୍‌ବୁଲ୍‌ ଯୋଗୁ ପାଣିରେ ଧାନକେଣ୍ଡା ପଡ଼ି ଅଧିକାଂଶ ଜମିରେ ଫସଲ ନଷ୍ଟ ହୋଇଥିଲା। ଏବେ ପୁଣି ଝିପିଝିପି ବର୍ଷା ବେଡ଼ି ଉପରେ କୋରଡ଼ା ମାଡ଼ ସଦୃଶ ବୋଲି ବନ୍ତ ଅଞ୍ଚଳର କେତେକ ଚାଷୀ କହିଛନ୍ତି।
ଗୁରୁବାର ସକାଳଠାରୁ ଆକାଶ ମେଘାଚ୍ଛନ୍ନ ରହିଥିବାବେଳେ ଅପରାହ୍ନ ୪ଟା ବେଳକୁ ବର୍ଷା ଆରମ୍ଭ ହୋଇଥିଲା। ବର୍ଷାରୁ ନିଜ ଅମଳ ଧାନକୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନେ ବିଲରେ କଟା ହୋଇପଡ଼ିଥିବା ଧାନକୁ ଗଦା କରି ରଖିଥିବାବେଳେ ଖଳାରେ ଥିବା ଧାନକୁ ପାଲ ଘୋଡ଼ାଇ ରଖିଛନ୍ତି। କେତେଜଣ ଚାଷୀ ବର୍ଷାରେ ଓଦା ହୋଇ ବିଲରୁ ଖଳାକୁ ଧାନ ବୋହି ନେଉବାର ଦେଖିବାକୁ ମିଳିଥିଲା। ଧାନରେ ପାଣି ଲାଗି ଓଦା ହେବା ପରେ ବିକ୍ରିରେ ସମସ୍ୟା ହେବା ସହିତ ଧାନ ଗଜା ହେବାର ଆଶଙ୍କା ରହିଛି। ମାଟି ଓଦା ହେବାରୁ କଟା ହେବାକୁ ଥିବା ଜମିରେ ହାରଭେଷ୍ଟର ମେଶିନ ପଶିପାରିବନି। ଫଳରେ ଧାନ ଅମଳ ଆହୁରି ବିଳମ୍ବ ହେବ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି। ବହୁ ପରିଶ୍ରମରେ ଉପାର୍ଜିତ ଫସଲ ଅମଳରେ ପ୍ରାକୃତିକ ବିପର୍ଯ୍ୟୟ ବାରମ୍ବାର ଦାଉ ସାଧୁଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri