ଧାନ ଏମ୍‌ଏସ୍‌ପି ବଢ଼ିଲାନି: ଗହମ ୮୫, ଡାଲି ୩୨୫ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୨୪ା୧୦: କେନ୍ଦ୍ର ସରକାର ୨୦୧୯-୨୦ ଅମଳ ବର୍ଷ ଲାଗି ଗହମ, ଡାଲି ଓ ଅନ୍ୟାନ୍ୟ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି କରିଥିଲାବେଳେ ଧାନ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। କୃଷକମାନଙ୍କ ଆୟ ବୃଦ୍ଧି ଲାଗି ସରକାର ରବି ଫସଲର ଏମ୍‌ଏସ୍‌ପି ବଢ଼ାଇଥିଲାବେଳେ ଧାନଚାଷୀ ନିରାଶ ହୋଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିଇଏ) ବୈଠକ ବସି ଗହମ କୁଇଣ୍ଟାଲ ପିଛା ସହାୟକ ମୂଲ୍ୟ ୮୫ ଟଙ୍କା ବୃଦ୍ଧି କରାଯାଇଛି। ଫଳରେ ଗହମ ଏମ୍‌ଏସ୍‌ପି ୧୯୨୫ ଟଙ୍କା ହୋଇଛି। ସେହିପରି ଡାଲି ଏମ୍‌ଏସ୍‌ପି ୩୨୫ ଟଙ୍କା ବଢ଼ିଛି। ଏହିସବୁ ଫସଲର ସହାୟକ ମୂଲ୍ୟ ବୃଦ୍ଧି ଲାଗି ସରକାରଙ୍କ କୃଷି ଉତ୍ପାଦନ ମୂଲ୍ୟ ଉପଦେଷ୍ଟା କମିଟି (ସିଏସିପି) ସୁପାରିସ କରିଥିଲା।
ମୁଖ୍ୟ ରବି ଫସଲ ଗହମ ଏମ୍‌ଏସ୍‌ପି ଗତବର୍ଷ ୧୮୪୦ ଟଙ୍କା ଥିଲାବେଳେ ଏଥର ୧୯୨୫ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ବାର୍ଲି ଏମ୍‌ଏସ୍‌ପି ୮୫ ଟଙ୍କା ବୃଦ୍ଧି ପାଇ କୁଇଣ୍ଟାଲ ପ୍ରତି ଦାମ୍‌ ୧୫୨୫ ଟଙ୍କା ହୋଇଛି। ଡାଲି ଉତ୍ପାଦନ ବୃଦ୍ଧି ଲାଗି ଚାଷୀଙ୍କୁ ପ୍ରୋତ୍ସାହିତ କରିବା ନିମନ୍ତେ ମସୁର ଡାଲିର ଏମ୍‌ଏସ୍‌ପି ସର୍ବାଧିକ ୩୨୫ ଟଙ୍କା ବୃଦ୍ଧି କରାଯାଇଛି। ଫଳରେ ସରକାର ଚଳିତ ବର୍ଷ କୁଇଣ୍ଟାଲ ୪୮୦୦ ଟଙ୍କାରେ ମସୁର କିଣିବେ। ଗତବର୍ଷ ଏହା ୪୪୭୫ ଟଙ୍କା ଥିଲା। ସେହିପରି ମୁଗ ଡାଲି ଏମ୍‌ଏସ୍‌ପି ୨୫୫ ଟଙ୍କା ବୃଦ୍ଧି ପାଇ ୪୮୭୫ ଟଙ୍କା ହୋଇଛି। ତୈଳବୀଜ ମଧ୍ୟରେ ସୋରିଷର ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୨୫ ଟଙ୍କା ବୃଦ୍ଧି ପାଇ ୪୪୨୫ ଟଙ୍କା ହୋଇଥିଲାବେଳେ ସୂର୍ଯ୍ୟମୁଖୀ ଏମ୍‌ଏସ୍‌ପି ୨୭୦ ଟଙ୍କା ବଢ଼ି ୫୨୧୫ଟଙ୍କା ହୋଇଛି। ଏମ୍‌ଏସ୍‌ପି ବୃଦ୍ଧି ଦ୍ୱାରା ଚାଷୀଙ୍କୁ ହାରାହାରି ଉତ୍ପାଦନ ଖର୍ଚ୍ଚର ଦେଢ଼ଗୁଣ ମିଳିବ। ଏନେଇ ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri