ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍‌ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଖୁଣ୍ଟା,୨୦ା୮(ଡି.ଏନ୍‌.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ କେନ୍ଦ୍ରରେ ଧାନ ବିକ୍ରି କରି ପାରୁ ନ ଥିବା ଦର୍ଶାଇ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି। ଚାଷୀମାନଙ୍କ ଅଭିଯୋଗ ଅନୁଯାୟୀ, ବାହାନଡା ଲ୍ୟାମ୍ପସ ଅଧୀନରେ ଥିବା ବାହାନଡ଼ା ଓ ଭୋଳାଗଡ଼ିଆ କେନ୍ଦ୍ରରେ ସେମାନେ ସୁବିଧାରେ ଧାନ ବିକ୍ରି କରି ଆସୁଥିଲେ। ମାତ୍ର ଗତ ରବି ଋତୁରେ ଲ୍ୟାମ୍ପସରେ ଧାନ ବିକ୍ରୟ ପାଇଁ ପଞ୍ଜିକରଣ କରାଯାଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଧାନ ନ କିଣିବା ପାଇଁ ନିର୍ଦ୍ଦେଶ ଆସିଛି ବୋଲି ଲ୍ୟାମ୍ପସର ଏମ.ଡି କହିଥିଲେ। ଏହି ଘଟଣା ସମ୍ପର୍କରେ ସେତେବେଳେ କେତେକ ଚାଷୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ମାତ୍ର ୧୬ ଜଣ ଚାଷୀ ୨୫୦ କୁଇଣ୍ଟାଲ ଧାନ ବିସିପୁର ଲ୍ୟାମ୍ପସରେ ବିକ୍ରି କରିଥିଲେ। ଖରିଫ ଋତୁରେ ଅମଳ ଧାନକୁ ଲ୍ୟାମ୍ପସ କିଣିବ ବୋଲି ସେତେବେଳେ ଚାଷୀମାନଙ୍କୁ କୁହାଯାଇଥିଲା। ମାତ୍ର ବର୍ତ୍ତମାନ ଖରିଫ ଋ଼ତୁ ଧାନ ବିକ୍ରୟ ପାଇଁ ଅନ୍‌ଲାଇନ ପଞ୍ଜିକରଣ ଚାଲିଥିବା ବେଳେ ବାହାନଡା ଲ୍ୟାମ୍ପସରେ ପଞ୍ଜିକରଣ କରାଯାଉ ନାହିଁ। ଚାଷୀମାନଙ୍କୁ ଗାଁଠାରୁ ୩୫ କି.ମି ଦୂର ବିସିପୁର ଲ୍ୟାମ୍ପସରେ ଅନଲାଇନ ପଞ୍ଜିକରଣ କରିବା ପାଇଁ କୁହାଯାଉଛି। ଫଳରେ ଭୋଳାଗଡ଼ିଆ ଧାନ କିଣା କେନ୍ଦ୍ର ଅଧୀନ ଭୋଳାଗଡ଼ିଆ, ବଡ଼ ପଥରା ଓ ଡେଙ୍ଗାମ ଗ୍ରାମର ଚାଷୀମାନେ ଧାନ କେଉଁଠି ବିକିବେ ଆଶଙ୍କା କରି ଲ୍ୟାମ୍ପସ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଅପରାହ୍ନରେ ଏଆରସିଏସ ଦୁଃଖିଆ ଟୁଡୁ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ଦାବି ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀ ମାନେ କାର୍ଯ୍ୟାଳୟରୁ ତାଲା ଖୋଲିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri