ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍‌ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ସରକାରୀ ଦଳ ଉପମୁଖ୍ୟ ସଚେତକ ଧାନ କିଣିବା ନେଇ ଚାଷୀଙ୍କୁ କି ପ୍ରତିଶ୍ରୁତି ଦେଇଛନ୍ତି। ଗୃହ ଅନ୍ଧାରରେ ରହିଛି। ଧାନ କିଣାକୁ ନେଇ ସମସ୍ତ ସଦସ୍ୟଙ୍କର ଉଦ୍‌ବେଗ ରହିଥିଲେ ମଧ୍ୟ ଗୃହକୁ କାହିଁକି ଅବଗତ କରାଗଲା ନାହିଁ। ଏଭଳି ଅଭିଯୋଗ ଆଣି ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହଙ୍ଗାମା କରିଛନ୍ତି। ଏପରିକି ଭାଜପା ଓ କଂଗ୍ରେସ ଏହି ପ୍ରସଙ୍ଗରେ ମନ୍ତ୍ରୀଙ୍କଠାରୁ କୈଫିୟତ ତଲବ କରିବା ସହ ମନ୍ତ୍ରୀଙ୍କ ବିବୃତି ନେଇ ବାଚସ୍ପତିଙ୍କ ରୁଲିଂ ଦାବି କରିଛନ୍ତି। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ୧୨.୧୪ରୁ ଦଶ ମିନିଟ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ୧୨.୨୪ରେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଗୃହରେ ବିବୃତି ଦେବାକୁ କହିଥିଲେ। ମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ମୋ ପାଖରେ ତଥ୍ୟ ନାହିଁ। ଆସନ୍ତା ସୋମବାର ବିବୃତି ରଖିବି। ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଗୃହକାର୍ଯ୍ୟ ସ୍ବାଭାବିକ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ପାଇଁ ପ୍ରସ୍ତାବ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri