ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍‌ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ସରକାରୀ ଦଳ ଉପମୁଖ୍ୟ ସଚେତକ ଧାନ କିଣିବା ନେଇ ଚାଷୀଙ୍କୁ କି ପ୍ରତିଶ୍ରୁତି ଦେଇଛନ୍ତି। ଗୃହ ଅନ୍ଧାରରେ ରହିଛି। ଧାନ କିଣାକୁ ନେଇ ସମସ୍ତ ସଦସ୍ୟଙ୍କର ଉଦ୍‌ବେଗ ରହିଥିଲେ ମଧ୍ୟ ଗୃହକୁ କାହିଁକି ଅବଗତ କରାଗଲା ନାହିଁ। ଏଭଳି ଅଭିଯୋଗ ଆଣି ବିରୋଧୀ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହଙ୍ଗାମା କରିଛନ୍ତି। ଏପରିକି ଭାଜପା ଓ କଂଗ୍ରେସ ଏହି ପ୍ରସଙ୍ଗରେ ମନ୍ତ୍ରୀଙ୍କଠାରୁ କୈଫିୟତ ତଲବ କରିବା ସହ ମନ୍ତ୍ରୀଙ୍କ ବିବୃତି ନେଇ ବାଚସ୍ପତିଙ୍କ ରୁଲିଂ ଦାବି କରିଛନ୍ତି। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ୧୨.୧୪ରୁ ଦଶ ମିନିଟ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ୧୨.୨୪ରେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଗୃହରେ ବିବୃତି ଦେବାକୁ କହିଥିଲେ। ମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ମୋ ପାଖରେ ତଥ୍ୟ ନାହିଁ। ଆସନ୍ତା ସୋମବାର ବିବୃତି ରଖିବି। ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଗୃହକାର୍ଯ୍ୟ ସ୍ବାଭାବିକ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ପାଇଁ ପ୍ରସ୍ତାବ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri