ଧାନ ଫସଲରେ ପୋକ, ଚାଷୀ ଆତଙ୍କିତ

ଢେଙ୍କାନାଳ ଅଫିସ, ୬।୧୦ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ଧାନ ଫସଲରେ ପୋକ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ଦଶହରା ଛୁଟି ପାଇଁ ଅଧିକାରୀମାନେ ଅନୁପସ୍ଥିତ ଥିବାରୁ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି।
ଚାଷୀ ଗୋଲେଖ ସାମଲ, ସରୋଜ ସାମଲ, ପ୍ରଦୀପ ସାମଲ, ଗତିକୃଷ୍ଣ ସାମଲ, ଘନ ବେହେରା, ବଳଭଦ୍ର ସାମଲ, ସହଦେବ ସାମଲ, ପ୍ରକାଶ ସାମଲଙ୍କ କହିବା କଥା, ଏବେ ଧାନ ବାହାରିବା ସମୟ। ପୋକ ଲାଗିବାରୁ ଧାନଗଛ ନାଲି ପଡ଼ିଯାଉଛି। ଦିନେ ଦୁଇଦିନ ମଧ୍ୟରେ ଗଛସବୁ ଝାଉଁଳି ତଳେ ପଡ଼ିଯାଉଛି। ପୋକ ଉପଦ୍ରବ କାରଣରୁ ୧୦ଏକରରୁ ଊର୍ଦ୍ଧ୍ୱ ଜମିର ଫସଲ କ୍ଷତିଗ୍ରସ୍ତ ହେବା ଆଶଙ୍କା ଦେଖାଦେଇଛି। ଅନ୍ୟପଟେ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏଥିପୂର୍ବରୁ ଗେଙ୍ଗୁଟିଆ ଗ୍ରାମରେ ମଧ୍ୟ ଏଭଳି ପୋକ ଦ୍ୱାରା ଧାନ ଫସଲ କ୍ଷତିଗ୍ରସ୍ତ ହୋଇଥିଲା।
ଏ ସଂକ୍ରାନ୍ତରେ ଜିଲା କୃଷି ଉପନିର୍ଦ୍ଦେଶକ ଛବୀନ୍ଦ୍ର ବେହେରାଙ୍କୁ ତାଙ୍କ ମୋବାଇଲ ନଂ. ୯୪୩୭୩୩୯୫୯୯ରେ ଯୋଗାଯୋଗ କରାଯାଇଥିଲା। ହେଲେ ସେ ଫୋନ୍‌ ଉଠାଇ ନ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri