ଧାନ, ବାଦାମ ସବ୍‌ସିଡି ହେରଫେର

ଘସିପୁରା,୬।୨(ଡି.ଏନ.ଏ.)-ଘସିପୁରା ବ୍ଲକ ଦେଉଗାଁ ପଞ୍ଚାୟତ ଅନ୍ତର୍ଗତ କୋଚିଆନେଣ୍ଡି ଗ୍ରାମର ଚାଷୀଙ୍କ ନାମରେ ଧାନ ଓ ବାଦାମ ଚାଷ ବାବଦକୁ ଆସିଥିବା ସବ୍‌ସିଡି ଅର୍ଥ ବାଟ ମାରଣା ହୋଇଥିବା ଅଭିଯୋଗରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟ ସରକାର ଶ୍ରୀ ପ୍ରଣାଳୀରେ ଧାଡ଼ିରୁଆ ଧାନଚାଷ ଓ ବାଦାମ ଚାଷ ପାଇଁ ପ୍ରୋତ୍ସାହନ ଉଦ୍ଦେଶ୍ୟରେ ସବସିଡି ଅର୍ଥ ଯୋଗାଇ ଦେଉଥିବା ବେଳେ ଉକ୍ତ ଗ୍ରାମର ପ୍ରକୃତ ଚାଷୀଙ୍କୁ ସବସିଡି ଅର୍ଥ ଦିଆଯାଇ ନଥିବା ଅଭିଯୋଗ ହୋଇଛି। ଏହି ଯୋଜନାରେ ଉକ୍ତ ଗ୍ରାମର ପ୍ରାୟ ୬ଏକର ଜମିରେ ବାଦାମ ଚାଷ କରିବା ପାଇଁ ୧୮ଜଣ ଚାଷୀଙ୍କୁ ହିତାଧିକକାରୀ ଭାବେ ଚୟନ କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଦାଶରଥି ଜେନା, ମୁରଲୀ ଚକ୍ର ଓ ଅନାଥ ଜେନାଙ୍କୁ ସବସିଡି ଅର୍ଥ ମିଳି ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ କୃଷି କାର୍ଯ୍ୟାଳୟରେ ଯୋଗାଯୋଗ କରିବାରୁ ତାଙ୍କ ନାମରେ ସବସିଡି ଅର୍ଥ ପ୍ରଦାନ କରାଯାଇ ସାରିଥିବା ସେ ଜାଣିବାକୁ ପାଇଥିଲେ। ସେହିପରି ଧାଡ଼ିରୁଆ ଚାଷ ପାଇଁ ଉକ୍ତ ଗ୍ରାମର ବହୁ ଚାଷୀଙ୍କଠାରୁ କୃଷି କର୍ମଚାରୀ ମାନେ ଆଧାରକାର୍ଡ, ଭୋଟର ପରିଚୟ ପତ୍ର, ଫଟୋ, ବ୍ୟାଙ୍କ ଆକାଉଣ୍ଟ ନମ୍ବର ନେଇ ମୋଷ୍ଟର ରୋଲରେ ଦସ୍ତଖତ କରାଇଥିଲେ। ତେବେ ସବସିଡି ବାବଦକୁ ଅର୍ଥ ସେମାନଙ୍କ ନାମରେ ଉଠାଇ ନିଆଯାଇଥିବା ବେଳେ ସେମାନଙ୍କୁ ଅର୍ଥ ମିଳି ନ ଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି। ଏପରିକି ଦେଓଗାଁ ପଞ୍ଚାୟତର ୱାର୍ଡ ମେମ୍ବର ବସନ୍ତ ଜେନା ମଧ୍ୟ ଏଭଳି ଠକେଇର ଶିକାର ହୋଇଥିବା କହିଛନ୍ତି। ୨୦୧୮-୧୯ରେ ସେ ୦.୪ ହେକ୍ଟର ଚାଷ ଜମିରେ ଶ୍ରୀ ପ୍ରଣାଳୀରେ ଧାଡ଼ିରୁଆ ଧାନଚାଷ କରିଥିଲେ। ହିତାଧିକାରୀ ତାଲିକାରେ ତାଙ୍କୁ ଅନ୍ତର୍ଭୁକ୍ତ କରାଯାଇ ସବସିଡି ବାବଦକୁ ଅର୍ଥ ତାଙ୍କ ନାମରେ ଉଠାଯାଇଛି। ମାତ୍ର ସେ କୌଣସି ଅର୍ଥ ପାଇ ନ ଥିବା ଅଭିଯୋଗ କରିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏଦିଗରେ ଦୃଷ୍ଟି ଦେଇ ତଦନ୍ତ କରିବାକୁ ଚାଷୀ ମାନେ ଦାବି କରିଛନ୍ତି। ଅପରପକ୍ଷେ ଏହି ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଅବଗତ ଅଛନ୍ତି ଏବଂ ଖୁବଶୀଘ୍ର ଏହାର ତଦନ୍ତ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ସହକାରୀ କୃଷି ଅଧିକାରୀ ସୁମିତ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?