ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ ସୋମବାର ସରକାରୀ ବ୍ୟବସ୍ଥାକୁ ଦାୟୀ କରି ଟୋକନ ଦାବି କରି ସମୂହ ଧାରଣାରେ ବସିଥିଲେ। ଧାରଣାରତ ଚାଷୀମାନେ ଅସନ୍ତୋଷ ପ୍ରକାଶ କରି ସମ୍ପାଦକ ଅଜୟ ପଟ୍ଟନାୟକଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ସମିତି କାର୍ଯ୍ୟାଳୟକୁ କିଛି ସମୟ ପାଇଁ ତାଲା ପକାଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଧାରଣାସ୍ଥଳକୁ ଆସିବାକୁ ଦାବି କରିଥିଲେ। ଖବର ପାଇ ଔପଦା ବ୍ଲକ ସାଧାରଣ ବଣ୍ଟନ ଓ ଯୋଗାଣବିଭାଗ ଅଧିକାରିଣୀ ଏଲିନା ସାହୁ ପହଞ୍ଚତ୍ ଚାଷୀମାନଙ୍କୁ ବୁଝାଶୁଝା କରାଇ ପଞ୍ଜୀକୃତ ସମସ୍ତ ଚାଷୀଙ୍କର ଧାନ କିଣାଯିବ ଓ ଅନଲାଇନ୍‌ରେ ଯେଉଁମାନଙ୍କ ଟୋକନ ଆସିଛି ସେମାନେ ଧାନ ବିକ୍ରୟ କରୁଛନ୍ତି। ସରକାରୀ ବ୍ୟବସ୍ଥା ଅନୁସାରେ ଆମ ହାତରେ କୌଣସି କ୍ଷମତା ନାହଁି ବୋଲି କହିଥିଲେ। ଏହାପରେ ଚାଷୀମାନେ ଅସନ୍ତୋଷ ପ୍ରକାଶ କରି ଜଣେ ଚାଷୀ ଦୁଇ ତିନିଥର କରି ୧୦୦ କୁଇଣ୍ଟାଲ ଧାନ ମଣ୍ଡିରେ ବିକ୍ରୟ କରିଥିବା ବେଳେ ଜଣେ ଜଣେ ଚାଷୀଙ୍କର ଥରେ ବି ପାଳି ପଡ଼ିନି କାହଁିକି ବୋଲି ଓଲଟି ପ୍ରଶ୍ନ କରିଥିଲେ। ଏ ବିଷୟରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଅଣାଯାଇ ସମସ୍ୟାର ସମାଧାନ କରାଯିବ ବୋଲି ଅଧିକାରିଣୀ ସାହୁ କହିଥିଲେ।
ଧାରଣାରତ ଚାଷୀମାନେ ବିନୟ କୁମାର ପଟ୍ଟନାୟକ, ଅରୁଣ କୁମାର ପ୍ରଧାନ, ବ୍ରହ୍ମାନନ୍ଦ ସ୍ବାଇଁ, ଭୀମସେନ ସେଠୀ, ଗଜେନ୍ଦ୍ର ପ୍ରସାଦ ନାୟକ, ଉପେନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ସ୍ମାରକପତ୍ର ଯୋଗାଣବିଭାଗ ଅଧିକାରିଣୀଙ୍କ ଜରିଆରେ ଔପଦା ବିଡ଼ିଓଙ୍କୁ ପ୍ରଦାନ କରାଯାଇଥିଲା। ଆସନ୍ତା ୭ଦିନ ମଧ୍ୟରେ ଧାନ ବିକ୍ରୟ ସମସ୍ୟା ସମାଧାନ ନ କଲେ ଚାଷୀମାନେ ସମୂହ ଧାରଣା ଦେବା ସହ ସରକାରୀ ମଣ୍ଡିରେ ଧାନ କିଣା ସମ୍ପୂର୍ଣ୍ଣ ବନ୍ଦ କରିଦେବାକୁ ଚେତାବନୀ ଦେଇଛନ୍ତି।
ଏ ବିଷୟରେ ଯୋଗାଣ ଅଧିକାରିଣୀ ଓ ସମବାୟ ସମିତି ସମ୍ପାଦକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସମୁଦାୟ ୬୩୪ ପଞ୍ଜୀକୃତ ଚାଷୀଙ୍କ ମଧ୍ୟରୁ ୪୪୮ ଚାଷୀ ଟୋକନ ପାଇଛନ୍ତି। ଅନ୍ୟମାନେ ଖୁବ୍‌ଶୀଘ୍ର ଧାନ ବିକ୍ରୟ ପାଇଁ ଟୋକନ ପାଇଯିବେ। ଏହି ଧାରଣାରେ ସେବା ସମବାୟ ସମିତି ସଭାପତି ସନାତନ ସେଠୀଙ୍କ ସହ ଅନ୍ୟ ସଭ୍ୟମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri