ଧାନ ବିଲରେ ଫୁଟିଲା ପଦ୍ମ

କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ ଧାନ ବିଲରେ ପଦ୍ମ ଫୁଲ ଫୁଟିଥିବାର ଦେଖାଯାଇଛି। ତାହା ବି ପୁଣି ଗୋଟିଏ ଦିନ ନୁହେଁ ପ୍ରତିଦିନ ପଦ୍ମ ଫୁଲ ଫୁଟୁଥିବାର ଚାଷୀ ଶରତ ଶ୍ରୀଚନ୍ଦନ କହିଛନ୍ତି। ଏହା ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗୋଦା ଥାନା ପରିସରଭୁକ୍ତ ନୂଆଗାଁ ଗ୍ରାମରେ ଦେଖାଯାଇଛି। ଏହି ଫୁଲ ତୋଳାହୋଇ ଗାଁ ଠାକୁର ରାସ ବିହାରୀ ଏବଂ ହନୁମାନଙ୍କଠାରେ ଲାଗିକରାଯାଇଛି। ନୂଆଗାଁ ଗ୍ରାମଠାରୁ ଲୁଣାନଦୀ ବନ୍ଦରେ କରମଳା ଯିବା ବାଟରେ ଉକ୍ତ ଧାନ ବିଲରେ ଦୈନିକ ପଦ୍ମଫୁଲ ଫୁଟୁଛି। ସାଧାରଣରେ ଯଦି ଧାନ ବିଲରେ ଘାସ ଉଠେ କୃଷକଙ୍କ ପାଇଁ ଚିନ୍ତାର କାରଣ ହୋଇପଡ଼େ ଘାସ ଉପାଡ଼ିଲା ପରେ କୃଷକକୁ ଶାନ୍ତି ମିଳେ। କିନ୍ତୁ ଶରତବାବୁଙ୍କ ଧାନ ବିଲରେ ପଦ୍ମ ଫୁଟୁଥିବାରୁ ଶରତବାବୁ ଓ ତାଙ୍କ ପରିବାର ମନରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri