ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ ଥିବାବେଳେ ଚାଳକଙ୍କ ଲାଇସେନ୍ସ ନ ଥିବାରୁ ଜରିମାନା କରାଯାଇଥିବା ପରିବହନ ବିଭାଗ ସୂଚନା ଦେଇଛି।
ପ୍ରକାଶ ଯେ, ଗତ ମଙ୍ଗଳବାର ରାତିରେ ଏହି ସମବାୟ ସମିତିରୁ ୨ଶହ ବସ୍ତା ଧାନ ବୋଝେଇ କରି ଟ୍ରକ୍‌(ନଂ.ଏମଏଚ୍‌୧୬ସିସି ୭୪୭୪) ସମ୍ବଲପୁରସ୍ଥିତ ଭେଙ୍କେଟେଶ୍ୱର ରାଇସ୍‌ ମିଲ୍‌କୁ ଯାଉଥିଲା। ତିହିଡ଼ି ଗ୍ରାମରେ କେତେଜଣ ଯୁବକ ଗାଡ଼ିକୁ ଅଟକାଇ ଚାନ୍ଦା ମାଗିଥିଲେ। ଏ ସମ୍ପର୍କରେ ଗାଡ଼ି ଡ୍ରାଇଭରଙ୍କଠାରୁ ସୂଚନା ପାଇ ସମବାୟ ସମିତି ସମ୍ପାଦିକା ଗୀତାଞ୍ଜଳି ଦାସ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଏକ ମାମଲା(ନଂ.୨୪/୨୦) ରୁଜୁ କରି ବୁଧବାର ତିହିଡ଼ି ଗ୍ରାମର ନିର୍ମଳ ବେହେରାଙ୍କୁ ଗିରଫ କରିଥିଲା। ପରେ ପୋଲିସ ସନ୍ଦେହରେ ଟ୍ରକ୍‌କୁ ଅଟକ ରଖି ଗାଡ଼ିର କାଗଜପତ୍ର ଯାଞ୍ଚ ପାଇଁ ପରିବହନ ବିଭାଗକୁ ଖବର ଦେଇଥିଲା। ଏମ୍‌ଭିଆଇ ବିପ୍ର ଚରଣ ଚୌଧୁରୀ ଗୁରୁବାର ପୂର୍ବାହ୍ନରେ ତିହିଡ଼ି ଥାନାକୁ ଆସି ଯାଞ୍ଚ କରିବାରୁ ଟ୍ରକ୍‌ର କାଗଜପତ୍ର ଠିକ୍‌ ନ ଥିବା ଜଣାପଡ଼ିଥିଲା। ଗାଡ଼ିକୁ ଥାନାରେ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri