ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସପଙ୍ଗ ଗ୍ରାମର ପାର୍ବତୀ ନାଇକ(୫୫)। ସପଙ୍ଗ ଗ୍ରାମର ପାର୍ବତୀଙ୍କ ସହ ୧୧ ମହିଳା ଶନିବାର ସକାଳୁ ଜଣେ ବ୍ୟକ୍ତିଙ୍କ ଜମିରେ ଧାନ ରୋଇବା କାମରେ ଲାଗିଥିଲେ।  ଅପରାହ୍ନରେ ସମସ୍ତେ ଜମି ହିଡ଼ରେ ବସି ଖାଇଥିଲେ। ପାର୍ବତୀ ଶୀଘ୍ର ଖାଇସାରି ପୁଣି ଧାନ ରୋଇବାକୁ ବିଲରେ ପଶିଥିବା ବେଳେ ପ୍ରବଳ ବର୍ଷା ଓ ବଜ୍ରପାତ ହୋଇଥିଲା। ବଜ୍ରାପାତରେ ପାର୍ବତୀ ଉକ୍ତ ଜମିରେ ଅଚେତ ହୋଇପଡ଼ିଥିଲେ। ଅନ୍ୟ ଶ୍ରମିକମାନେ ତାଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ଡ଼ାକ୍ତର ମୃତ ଘୋଷଣା କରିଥିଲେ।  ଖବରପାଇ ଜରଡ଼ା ଥାନା ପୋଲିସ, ତହସିଲ କର୍ମଚାରୀ ଡାକ୍ତରଖାନାରେ ପହଞ୍ଚିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଛି। ସୂଚନାଯୋଗ୍ୟ, ମାସକ ତଳେ ପାର୍ବତୀଙ୍କ ସ୍ବାମୀ ମୋହନଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri