ଧାନ ରୋଇଲେ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି। ବେଗୁନିଆପଡା ବ୍ଲକରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ସାରି ଫେରିବା ବେଳେ ଅପରାହ୍ନରେ ଭରସା ଗାଁ ନିକଟ ଜମିରେ କେତେକ ମହିଳା ଓ ପୁରୁଷ ଧାନ ରୋଉଥିବା ଜିଲାପାଳ ଦେଖିଥିଲେ। ଏହାପରେ ସେ ମଧ୍ୟ ଜମିକୁ ଯାଇ ବର୍ଷାରେ ଧାନ ଗଛ ରୋଇଥିଲେ। ଏହାପରେ ସେଠାରେ ଉପସ୍ଥିତ ମହିଳା ଚାଷୀମାନଙ୍କ ସହ ଖରିଫ୍‌ ଫସଲ ଋଣ ଓ ଫସଲ ବୀମା ସମ୍ପର୍କରେ ଆଲୋଚନା କରିଥିଲେ। ତେବେ କୃଷି ଋଣ ଓ ବୀମା ସମ୍ପର୍କରେ ଜାଣିନଥିବା କେତେକ ମହିଳା ଚାଷୀମାନେ କହିଥିଲେ। ଏନେଇ ସଚେତନ କରିବାକୁ ସେଠାରେ ଉପସ୍ଥିତ କୃଷି ଉପନିର୍ଦ୍ଦେଶକ ଓ ବ୍ଲକ କୃଷି ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ରେ ୫୦ ହେକ୍ଟର ଜମିରେ ଧାଡି ରୁଆ ପାଇଁ ଲକ୍ଷ୍ୟ ରଖାଯାଇଛି। ସେଥିମଧ୍ୟରୁ ୮ ହେକ୍ଟର ଜମିରେ ଧାଡି ରୁଆ ସରିଥିବା ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ମାଗଣାରେ ଧନିଚା ବିହନ ଯୋଗାଇଦିଆଯାଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri