Posted inଖେଳ

ଧାବିକା ଝୁମା ଖାତୁନ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)-ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ଓ୍ବାଲର୍‌ଡ ଆଥଲେଟିକ୍ସ ଗଭର୍ନିଂବଡିର ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ)ଭାରତର ମିଡଲ ଡିଷ୍ଟାନ୍ସ ଧାବିିକା ଝୁମା ଖାତୁନ୍‌ଙ୍କୁ ୪ବର୍ଷ ବାସନ୍ଦ କରିଛନ୍ତି। ୨୦୧୮ ଜୁନ୍‌ରେ ଗୁଆହାଟୀଠାରେ ଅନୁଷ୍ଠିତ ଜାତୀୟ ଆନ୍ତଃରାଜ୍ୟ ଚାମ୍ପିୟନଶିପ୍‌ରେ ୩୧ ବର୍ଷୀୟା ଖାତୁନଙ୍କଠାରୁ ସାମ୍ପଲ ସଂଗ୍ରହ କରାଯାଇଥିଲା। ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବୋରେଟୋରିରେ ତାହାର ପରୀକ୍ଷା ହୋଇଥିଲା। ଫଳାଫଳ ନେଭେଟିଭ୍‌ ଆସିଥିଲା। ଖାତୁନ୍‌ ଗୁଆହାଟୀ ଚାମ୍ପିୟନଶିପ୍‌ରେ ଉଭୟ ୧୫୦୦ ମିଟର ଓ ୫,୦୦୦ ମିଟର ରେସ୍‌ରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପାଇଥିଲେ। ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) କିନ୍ତୁ ପରେ କାନାଡାସ୍ଥିତ ମଣ୍ଟ୍ରିଲ ଲାବୋରେଟୋରିଠାରେ ଭାରତୀୟ ଧାବିକାଙ୍କ ସାମ୍ପଲକୁ ପରୀକ୍ଷା କରିବା ଲାଗି ନିଷ୍ପତ୍ତି ନେଇଥିଲା। ସେଥିରେ ଡିହାଇଡ୍ରୋକ୍ଲୋରୋମେଥିଲ ଟେଷ୍ଟୋଷ୍ଟେରନ ପଜିଟିଭ୍‌ ଆସିଥିଲା। ଫଳରେ ଖାତୁନଙ୍କ ପୂର୍ବ ଫଳାଫଳକୁ ରଦ୍ଦ କରିଦିଆଯାଇଥିଲା। କେବଳ ଖାତୁନ ନୁହଁନ୍ତି (ଏନ୍‌ଡିଟିଏଲ୍‌)ରେ ନେଗେଟିଭ୍‌ ଆସିଥିବା ଭାରତର ଅନ୍ୟ ୪ଜଣ ଆଥଲେଟ୍‌ଙ୍କ ସାମ୍ପଲ ମଧ୍ୟ ପଜିଟିଭ ଆସିଥିଲା। ସେମାନଙ୍କ ମଧ୍ୟରେ ୨୦୧୭ ଏସିଆନ ଚାମ୍ପିୟନ କ୍ୱାର୍ଟରମାଇଲର ନିର୍ମଳା ଶେଓରାନ ଅନ୍ୟତମ। ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ଓ୍ବାଡା ଏହି ଫଳାଫଳକୁ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ ନିକଟକୁ ପଠାଇଦେଇଥିଲା। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ପାଇଁ ଖାତୁନଙ୍କୁ ୪ବର୍ଷ ବାସନ୍ଦ ଦଣ୍ଡ ପ୍ରଦାନ କରାଯାଇଥିଲା। ତେବେ ସେ ଚାହିଁଥିଲେ ଏପ୍ରିଲ ୧୩ ମଧ୍ୟରେ ଡିସିପ୍ଲିନାରି ଟ୍ରିବ୍ୟୁନାଲରେ ଅପିଲ କରିପାରିଥାନ୍ତେ। ମାତ୍ର ସେ ତାହା ନ କରି ଦଣ୍ଡକୁ ମାନି ନେଇଥିଲେ। ସୂଚନାଯୋଗ୍ୟ, ଖାତୁନ୍‌ ୨୦୧୧ ଏସିଆନ ଚାମ୍ପିୟନଶିପ୍‌ ୪x୪୦୦ ମିଟର ରିଲେ ରେସ୍‌ରେ ରୌପ୍ୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri