ଧାରଣାରତ ଶିକ୍ଷକଙ୍କୁ ପୋଲିସର ଗୋଇଠା: ସୋସିଆଲ ମିଡିଆରେ ଭାଇରାଲ ପରେ ବଢୁଛି ବିବାଦ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଗଣତାନ୍ତ୍ରିକ ପଦ୍ଧତିରେ ନିଜର ଦାବି ନେଇ କମ୍ପ୍ୟୁଟର ଶିକ୍ଷକମାନେ ଲୋୟର ପିଏମ୍‌ଜିରେ ଦୀର୍ଘଦିନ ହେବ ଧାରଣା ଦେଇଛନ୍ତି। ସେମାନେ ଦାବି ଜଣାଇବା ପାଇଁ ଶନିବାର ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ। ହେଲେ ସେଠାରେ ପୋଲିସ ସେମାନଙ୍କୁ ଗୋଇଠା ମାରିବା ସହ ଶାର୍ଟ କଲର ଧରି ଭିଡ଼ିଭିଡ଼ି ନେଇଥିଲେ। ଜଣେ ପୋଲିସ ଅଧିକାରୀ କମ୍ପ୍ୟୁଟର ଶିକ୍ଷକଙ୍କୁ ଗୋଇଠା ମାରିବାର ଫଟୋ ଓ ଭିଡିଓ ଏବେ ଭାଇରାଲ ହୋଇଛି। ଯାହାକୁ ନେଇ ବିବାଦ ବଢୁଥିବାବେଳେ କମିଶନରେଟ ପୋଲିସ ପୁଣି ବଦ୍‌ନାମ୍‌ର ଚର୍ଚ୍ଚା ପରିସରକୁ ଆସିଛି। ପୋଲିସର ଏଭଳି ଆଚରଣଙ୍କୁ ଶିକ୍ଷକମାନେ ନିନ୍ଦା କରିଛନ୍ତି। ଗୋଇଠା ମାଡ଼ ଦ୍ୱାରା ସମ୍ପୃକ୍ତ ଶିକ୍ଷକଙ୍କ ମାନବିକ ଅଧିକାର କ୍ଷୁଣ୍ଣ ହେଉଥିବା ଓ ଏହା ୫-ଟିକୁ ଉଲ୍ଲଂଘନ କରୁଥିବା ସାଧାରଣରେ ମତ ପ୍ରକାଶ ପାଇଛି। ଗୋଇଠା ମାରୁଥିବା ପୋଲିସ ଅଧିକାରୀ ଜଣକ କିଏ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ତେବେ ସେ ଜଣେ ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀ ବୋଲି କୁହାଯାଉଛି। ସରକାର ତୁରନ୍ତ ଏହି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଶିକ୍ଷକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri