Posted inଜାତୀୟ

ଧାରଣାରେ ବସିଲେ ଉନ୍ନାଓ ପୀଡିତାଙ୍କ ପରିବାର

ଲକ୍ଷ୍ନୌ,୩୦।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ବେଳକୁ ବେଳ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ମଙ୍ଗଳବାର ପୀଡିତାଙ୍କ ପରିବାର ସଦସ୍ୟ କିଙ୍ଗ ଜର୍ଜସ୍‌ ମେଡିକାଲ ୟୁନିର୍ଭସିଟିର ଟ୍ରମା ସେଣ୍ଟର ନିକଟରେ ଧାରଣାରେ ବସିଛନ୍ତି। ଏମାନଙ୍କର ଦାବି ହେଉଛି ତୁରନ୍ତ ଅଭିଯୁକ୍ତ କୁଲଦୀପ ସିଂ ସେନ୍‌ଗାରଙ୍କୁ ଦଣ୍ଡ ଦିଆଯାଉ ଓ ଜେଲ୍‌ରେ ଥିବା ତାଙ୍କ ଦାଦା ମହେଶ ସିଂଙ୍କୁ ଛାଡି ଦିଆଯାଉ । ସୂଚନାଯୋଗ୍ୟ, ରବିବାର ସଡ଼କ ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଓ ତାଙ୍କ ଓକିଲ ଗୁରୁତର ଆହତ ହୋଇଥିବାବେଳେ ତାଙ୍କର ଖୁଡୀ ଓ ମାଉସୀ ପ୍ରାଣ ହରାଇଥିଲେ। ଏହି ଘଟଣାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ସମେତ ୧୦ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି। ରାଏବରେଲିର ଗୁରୁବକ୍ସଗଞ୍ଜ ଥାନାରେ ଦାଏର ଏତଲାରେ ୧୫ରୁ ୨୦ ଜଣ ଅଜଣା ବ୍ୟକ୍ତିଙ୍କ ନାଁ ରହିଛି। ଉତ୍ତରପ୍ରଦେଶର ବଙ୍ଗେରମାଉ ଆସନରୁ ୪ ଥର ବିଧାୟକ ଥିବା କୁଲଦୀପ ୨୦୧୭ରେ ଉନ୍ନାଓର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯାଗରେ ୨୦୧୮ରେ ଗିରଫ ହୋଇଥିଲେ। ରାଏବରେଲି ଜେଲ୍‌ରେ ଥିବା ପୀଡ଼ିତାଙ୍କ ଦାଦାଙ୍କ ଏତଲା କ୍ରମେ ମାମଲା ଦାଏର ହୋଇଥିଲା। ରବିବାର ପୀଡ଼ିତା ତାଙ୍କ ପରିବାର ସଦସ୍ୟ ଓ ଓକିଲଙ୍କ ସହ ଏକ କାରରେ ଯାଉଥିବାବେଳେ ଦ୍ରୁତଗାମୀ ଟ୍ରକ ଧକ୍କାଦେବାରୁ ଦୁଇ ପରିବାର ସଦସ୍ୟଙ୍କ ମୃତ୍ୟୁ ହେବା ସହ ପୀଡ଼ିତା ଓ ତାଙ୍କ ଓକିଲ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri