ଧାରଣା ସ୍ଥଳରେ ଟଳିପଡ଼ିଲେ ଶିକ୍ଷକ

ଭୁବନେଶ୍ୱର,୪ା୧୨ (ବ୍ୟୁରୋ)/ କୁଆମରା/ ଖୁଣ୍ଟା(ଡି.ଏନ୍‌.ଏ):ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟ ଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍‌ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ ବାରିକ। ସେଠାରେ ଉପସ୍ଥିତ ପୋଲିସ ଓ ଅନ୍ୟ କେତେଜଣ ଶିକ୍ଷକ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଡାକ୍ତର ନିରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ। କ୍ୟାପିଟାଲ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଛି। ବୁଧବାର ବ୍ୟବଚ୍ଛେଦ ପରେ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି। ମୃତ ଶିକ୍ଷକ ନିରଞ୍ଜନଙ୍କ ଘର ମୟୂରଭଞ୍ଜ ଜିଲା ବଡ଼ଖୁଣ୍ଟା ଗ୍ରାମରେ। ସେ ଗୋପବନ୍ଧୁନଗର ବ୍ଲକ ସାନଖୁଣ୍ଟା ପଞ୍ଚାୟତର ବାଲଡିହା ଆଶ୍ରମ ସ୍କୁଲରେ ଶିକ୍ଷକତା କରୁଥିଲେ। ସେ ୧୯୯୫ରେ ନନ୍‌ଫର୍ମାଲରୁ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ୨୦୦୮ରେ ଗଣଶିକ୍ଷକ ଓ ୨୦୧୮ରେ ରେଗୁଲାର ହୋଇଥିଲେ। ନିରଞ୍ଜନ ଗଣଶିକ୍ଷକ ସଂଘର ମୟୂରଭଞ୍ଜ ଜିଲା ସଭାପତି ଅଛନ୍ତି। ଘରେ ତାଙ୍କର ସ୍ତ୍ରୀ ଓ ଦୁଇ ପୁଅ ଥିବା ଜଣାପଡିଛି।
‘ଦାବି ପୂରଣ ନ ହେଲେ ସମସ୍ତେ ଜୀବନ ହାରିବୁ’
ଓଟିଇଟି ପରୀକ୍ଷାର ପୁନଃ ମୂଲ୍ୟାୟନ, ବାଦ୍‌ପଡ଼ିଥିବା ଗଣଶିକ୍ଷକଙ୍କୁ ନିୟମିତ କରିବା, ମୃତ ଶିକ୍ଷକଙ୍କ ପରିବାରକୁ ଚାକିରି ସହିତ ମୃତ୍ୟୁକାଳୀନ ସହାୟତା ଆଦି ଦାବିରେ ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସକ୍ୟାଡର) ମହାସଂଘ ପକ୍ଷରୁ ଲୋୟର ପିଏମ୍‌ଜିରେ ଧାରଣା ଚାଲିଛି। ଶିକ୍ଷକ ନିରଞ୍ଜନଙ୍କ ମୃତ୍ୟୁରେ ଅନ୍ୟମାନେ ଦୁଃଖ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଯେ, ଦାବି ପୂରଣ ନ ହେଲେ ନିରଞ୍ଜନଙ୍କ ଭଳି ଆମେ ସମସ୍ତେ ଜୀବନ ହାରିଦେବୁ। ୨୦୧୪ରୁ ସଂଘ ନିଜର ଦାବି ନେଇ ଆନ୍ଦୋଳନ ଜାରି ରଖିଛି। ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପୂର୍ବରୁ ମଧ୍ୟ ସଂଘ ସଦସ୍ୟ ଥିବା ଜଣେ ଶିକ୍ଷକ ଦାବି ପୂରଣ ନ ହେବାରୁ ଆତ୍ମହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri